ଆଜିଠୁ ଜାତୀୟ ସରସମେଳା

ଢେଙ୍କାନାଳ ଅଫିସ, ୧୪।୧୦: ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉପଲକ୍ଷେ ସ୍ଥାନୀୟ ମହିଷାପାଟ ପଡ଼ିଆରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଛି ଜାତୀୟସ୍ତରୀୟ ସରସମେଳା। ଏହି ମେଳା ସୋମବାରଠାରୁ ଆରମ୍ଭ ହୋଇ ୨୩ ତାରିଖ ଯାଏ ଚାଲିବ। ଏଥିରେ ଓଡ଼ିଶାର ୩୦ ଜିଲା ସମେତ ୨୪ ରାଜ୍ୟ ଅଂଶଗ୍ରହଣ କରିବେ। ୫୦୦ ଷ୍ଟଲରେ ଗ୍ରାମାଞ୍ଚଳର କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉପକରଣ ସାମଗ୍ରୀ ପ୍ରଦର୍ଶିତ ହେବ। ବିଭିନ୍ନ ସ୍ବାଦିଷ୍ଟ ଖାଦ୍ୟ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ୨୦ଟି ଷ୍ଟଲ ଖୋଲାଯାଇଛି। ବ୍ୟବସାୟ ପାଇଁ ୪୫୦ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ବିଭିନ୍ନ ଉପତ୍ାଦକ ଗୋଷ୍ଠୀ ନାମ ପଞ୍ଜୀକରଣ କରିସାରିଛନ୍ତି।
ପଞ୍ଚାୟତିରାଜ ବିଭାଗ, ପାନୀୟ ଜଳ ବିଭାଗ, ଜିଲା ପ୍ରଶାସନ ଏବଂ ଓର୍‌ମାସ ସହାୟତାରେ ଏହି ମେଳାର ଆୟୋଜନ କରାଯାଉଛି। ସୋମବାର ସନ୍ଧ୍ୟା ୬ଟାରେ ସରସ ମେଳା ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ଦର୍ଶକଙ୍କ ମନୋରଞ୍ଜନ ପାଇଁ ପ୍ରତି ସନ୍ଧ୍ୟାରେ ମେଳା ପରିସରରେ ନିର୍ମିତ ମଞ୍ଚରେ ଲୋକନୃତ୍ୟ ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ସେହିପରି ୧୭ରୁ ୧୯ ତାରିଖ ଯାଏ କଳା ସଂସ୍କୃତି ସଂଘ ଆନୁକୂଲ୍ୟରେ ୪ର୍ଥ ଜିଲାସ୍ତରୀୟ ଲୋକକଳା ମହୋତ୍ସବ ଅନୁଷ୍ଠିତ ହେବ ବୋଲି ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri