ଆଜିଠୁ ଜାତୀୟ ସରସମେଳା

ଢେଙ୍କାନାଳ ଅଫିସ, ୧୪।୧୦: ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉପଲକ୍ଷେ ସ୍ଥାନୀୟ ମହିଷାପାଟ ପଡ଼ିଆରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଛି ଜାତୀୟସ୍ତରୀୟ ସରସମେଳା। ଏହି ମେଳା ସୋମବାରଠାରୁ ଆରମ୍ଭ ହୋଇ ୨୩ ତାରିଖ ଯାଏ ଚାଲିବ। ଏଥିରେ ଓଡ଼ିଶାର ୩୦ ଜିଲା ସମେତ ୨୪ ରାଜ୍ୟ ଅଂଶଗ୍ରହଣ କରିବେ। ୫୦୦ ଷ୍ଟଲରେ ଗ୍ରାମାଞ୍ଚଳର କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉପକରଣ ସାମଗ୍ରୀ ପ୍ରଦର୍ଶିତ ହେବ। ବିଭିନ୍ନ ସ୍ବାଦିଷ୍ଟ ଖାଦ୍ୟ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ୨୦ଟି ଷ୍ଟଲ ଖୋଲାଯାଇଛି। ବ୍ୟବସାୟ ପାଇଁ ୪୫୦ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ବିଭିନ୍ନ ଉପତ୍ାଦକ ଗୋଷ୍ଠୀ ନାମ ପଞ୍ଜୀକରଣ କରିସାରିଛନ୍ତି।
ପଞ୍ଚାୟତିରାଜ ବିଭାଗ, ପାନୀୟ ଜଳ ବିଭାଗ, ଜିଲା ପ୍ରଶାସନ ଏବଂ ଓର୍‌ମାସ ସହାୟତାରେ ଏହି ମେଳାର ଆୟୋଜନ କରାଯାଉଛି। ସୋମବାର ସନ୍ଧ୍ୟା ୬ଟାରେ ସରସ ମେଳା ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ଦର୍ଶକଙ୍କ ମନୋରଞ୍ଜନ ପାଇଁ ପ୍ରତି ସନ୍ଧ୍ୟାରେ ମେଳା ପରିସରରେ ନିର୍ମିତ ମଞ୍ଚରେ ଲୋକନୃତ୍ୟ ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ସେହିପରି ୧୭ରୁ ୧୯ ତାରିଖ ଯାଏ କଳା ସଂସ୍କୃତି ସଂଘ ଆନୁକୂଲ୍ୟରେ ୪ର୍ଥ ଜିଲାସ୍ତରୀୟ ଲୋକକଳା ମହୋତ୍ସବ ଅନୁଷ୍ଠିତ ହେବ ବୋଲି ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri