ଆଜିଠୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ : ଜଗିବ ସିସି କ୍ୟାମେରା

ଛତ୍ରପୁର,୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ରବିବାରରୁ ଟ୍ରାଫିକ୍‌ ନିୟମ କଡାକଡି ପାଳନ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନରଙ୍କଠାରୁ ଏକ ଚିଠି ଗଞ୍ଜାମ ଜିଲାପାଳଙ୍କ ପାଖକୁ ଆସିଛି। ଏହିପରିପ୍ରେକ୍ଷୀରେ ସ୍ପିଡ୍‌ ଗାଡି ଚଳାଇବା, ରେଡ୍‌ ଲାଇଟ୍‌ ଜମ୍ପିଂ, ମଦ୍ୟ ପାନ, ମୋବାଇଲ ଫୋନରେ କଥା ହୋଇ ଗାଡି ଚଳାଇବା, ହେଲମେଟ ପିନ୍ଧି ନ ଥିବା ଓ ସିଟ୍‌ ବେଲ୍ଟ ବାନ୍ଧି ନ ଥିବା ଏବଂ ଓଭରଲୋଡ୍‌ ଯାତ୍ରୀ ଥିବା ଗାଡିରେ ସମ୍ପୃକ୍ତଙ୍କ ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଜିଲା ସଡକ ସୁରକ୍ଷା କମିଟି ବୈଠକରେ ଜିଲାପାଳ ଉପରୋକ୍ତ ସୂଚନା ଦେବା ସହ ଏହାକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବ୍ରହ୍ମପୁର ସହରରେ ବେଆଇନ୍‌ ଷ୍ଟପେଜ୍‌ରେ ଗାଡି ଅଟଳିଲେ କାର୍ଯ୍ୟାନୁଷ୍ଠାନ ରବିବାରରୁ ଆରମ୍ଭ ହେବ। ବ୍ରହ୍ମପୁର ସହରର ବିଭିନ୍ନ ଛକ ଗୁଡିକରେ ସିସି କ୍ୟାମେରା ଲାଗିଛି। ଏହାର ଫୁଟେଜ୍‌କୁ ଆଧାର କରି ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଛତ୍ରପୁରର ଡିଆରଡିଏ ଛକରେ ସିସି କ୍ୟାମେରା ଲଗାଯିବ। ଏଥିସହ ଜାତୀୟ ରାଜପଥରେ ସିସି କ୍ୟାମେରା ଲଗାଯିବାକୁ ପୂର୍ବରୁ ନିଷ୍ପତ୍ତି ହୋଇଛି। ଏହାଉପରେ ପଦକ୍ଷେପ ନିଆଯାଉଥିବା ଏନଏଚଏଆଇ କର୍ତ୍ତୃପକ୍ଷ କହିଥିଲେ। ଜାତୀୟ ରାଜପଥରେ ବେଆଇନ୍‌ ଭାବେ ଡିଭାଇଡର ଭାଙ୍ଗିଥିବା ସ୍ଥାନକୁ ଚିହ୍ନଟ କରି ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜପଥ ଉପରେ ବୁଲୁଥିବା ଗୋରୁଙ୍କୁ ଧରି ଗୋପାଳକମାନଙ୍କୁ ଦାନ କରିବାକୁ ଏନଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ଗାଡି ଗୁଡିକରେ ଅଗ୍ନି ନିର୍ବାପକ ଓ ଫାଷ୍ଟଏଡ୍‌ ବ୍ୟବସ୍ଥା ଅଛି କି ନାହିଁ ତାର ଯାଞ୍ଚ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତିି। ଏହି ବୈଠକରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତାତ୍ରୟ ଭାଉସାହେବ, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଆରଟିଓ ସଞ୍ଜୟ ବିଶ୍ୱାଳ, ଏମ୍‌ଭିଆଇ ସମୀର ଦଳେଇ, ଡିଏସ୍‌ପି ଉତ୍କଳ କେଶରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri