ଆଜିଠୁ ନୟାଗଡ଼ ସହରରେ ପଲିଥିନ ନିଷେଧ:୫ରୁ ୨୫ ହଜାର ପର୍ଯ୍ୟନ୍ତ ଜରିମାନା, ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ

ନୟାଗଡ଼ ଅଫିସ,୨ା୧୦: ନୟାଗଡ଼ ସହରରେ ବୁଧବାରଠାରୁ ପଲିଥିନ ନିଷେଧ କରାଯିବ। କୌଣସି ବ୍ୟବସାୟୀ ପଲିଥିନ ବ୍ୟବହାର କଲେ ତାଙ୍କଠାରୁ ୫ରୁ ୨୫ ହଜାର ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ। ମଙ୍ଗଳବାର ଏ ନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଇ ବ୍ୟବସାୟୀ ଓ ଲୋକମାନଙ୍କୁ ସୂଚନା ଦିଆଯାଇଛି। ଯଦି କୌଣସି ବ୍ୟବସାୟୀ ଦୋକାନରେ ପଲିଥିନ ରଖିଥିବେ ତା’ହେଲେ ତାଙ୍କଠାରୁ ପ୍ରଥମଥର ୫ ହଜାର ଟଙ୍କା ଜରିମାନା ଆଦାୟ କରାଯିବ। ସେହିପରି ଦ୍ୱିତୀୟ ଥର ଧରାପଡ଼ିଲେ ୧୦ ହଜାର ଓ ତୃତୀୟ ଥର ପଲିଥିନ ଜବତ ହେଲେ ସମ୍ପୃକ୍ତ ବ୍ୟବସାୟୀଙ୍କଠାରୁ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯିବ। ଅନୁରୂପ ଭାବେ ତୃତୀୟ ଥର ଧରାପଡ଼ିଥିବା ବ୍ୟବସାୟୀଙ୍କୁ ୩ମାସ ପାଇଁ ଜେଲଦଣ୍ଡ ଭୋଗ କରିବାକୁ ପଡ଼ିବ। ଅନ୍ୟପଟେ ଯଦି କୌଣସି ଗ୍ରାହକ ପଲିଥିନ ନେଇ ଯାଉଥିବା ଦେଖିବାକୁ ମିଳେ ତେବେ ତାଙ୍କଠାରୁ ୧୦୦ରୁ ୨୦୦ ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ପୌର ପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ସୂଚନା ଦେଇଛନ୍ତି। ଏହାକୁ ନେଇ ବ୍ୟବସାୟୀଠାରୁ ଆରମ୍ଭ କରି ଗ୍ରାହକମାନଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅଧିକାଂଶ ବେପାରୀ ଗ୍ରାହକମାନଙ୍କୁ ବ୍ୟାଗ୍‌ ଆଣିବା ପାଇଁ କହୁଥିବା ଦେଖାଯାଇଛି।
ପ୍ରକାଶ ଯେ, ପଲିଥିନ ଓ ପ୍ଲାଷ୍ଟିକ ତିଆରି ଜିନିଷ ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ପକାଉଛି। ଏହି କାରଣରୁ ରାଜ୍ୟ ସରକାର ଏହାକୁ ସମ୍ପୂର୍ଣ୍ଣ ନିଷେଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାରଠାରୁ ରାଜ୍ୟର ୧୦୯ ଏନ୍‌ଏସି ଓ ମ୍ୟୁନିସିପାଲିଟିରେ ପ୍ଲାଷ୍ଟିକ ଉପରେ କଟକଣା ଜାରି କରାଯାଇଛି। ମିଳିଥିବା ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ନୟାଗଡ଼ ସହରର ବିଭିନ୍ନ ପ୍ରତିଷ୍ଠାନ ଉପରେ ଚଢ଼ାଉ କରାଯାଇ ୮୭ କିଲୋ ୨୦୦ ଗ୍ରାମ୍‌ ପଲିଥିନ ଜବତ କରାଯାଇଛି। ସେହିପରି ଜରିମାନା ବାବଦକୁ ୫୪ ହଜାର ୭୦୦ ଟଙ୍କା ଆଦାୟ କରାଯାଇଛି। ହେଲେ କୌଣସି ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରାଯାଇ ନାହିଁ। ୩ ତାରିଖଠାରୁ ଏହାକୁ କଡ଼ାକଡ଼ି କରାଯାଇ ସମସ୍ତ ସ୍ଥାନରେ ଚଢ଼ାଉ କରାଯିବ ବୋଲି ପୌର ପରିଷଦ ପକ୍ଷରୁ ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ଗ୍ରାହକ ଓ ବ୍ୟବସାୟୀ ସଚେତନ ହୋଇ ପଲିଥିନକୁ ନା କହିବା ପାଇଁ ପରାମର୍ଶ ଦିଆଯାଇଛି। ଏହାର ବ୍ୟତିକ୍ରମ ହେଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୌର ପରିଦଦ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସୂଚନା ଦିଆଯାଇଛି। ପ୍ରଶାସନର ଏହି କଟକଣା କେତେଦୂର କାର୍ଯ୍ୟକାରୀ ହେଉଛି ବା ଲୋକଙ୍କ ଉପରେ ଏହାର ପ୍ରଭାବ କିପରି ପଡୁଛି ତାହା ଦେଖିବାକୁ ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?