ଆଜିଠୁ ପଞ୍ଚୁକ ବ୍ରତ:୫ ଦିନ ୫ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ,୮-୧୧: ଶୁକ୍ରବାରଠାରୁ ଆରମ୍ଭ ହେବ ମହା କାର୍ତ୍ତିକର ପଞ୍ଚୁକ ବ୍ରତ। ଶ୍ରୀମନ୍ଦିରରେ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପଞ୍ଚୁକ ବେଶ ଅନୁଷ୍ଠିତ ହେବ। ଶୁକ୍ରବାର ଶ୍ରୀମନ୍ଦିରରେ ହରି ଉତ୍‌ଥାପନ ଏକାଦଶୀ ନୀତି ସମ୍ପନ୍ନ ହେବା ସହିତ ମହାପ୍ରଭୁଙ୍କ ଠିଆକିଆ ତଥା ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ। ସେହିପରି ନଭେମ୍ବର ୯ରେ ବାଙ୍କଚୁଡ, ୧୦ରେ ତ୍ରିବିକ୍ରମ, ୧୧ରେ ଲକ୍ଷ୍ମୀନୃସିଂହ ଏବଂ ନଭେମ୍ବର ୧୨ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ରାଜାଧିରାଜ ବେଶ ତଥା ସୁନାବେଶ ଅନୁଷ୍ଠିତ ହେବ। ପଞ୍ଚୁକ ବ୍ରତ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁ ଏବଂ ହବିଷିଆଳିଙ୍କ ଭିଡ଼ ଜମିଲାଣି। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି। ଏକାଦଶୀଠାରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଗୋଟିଏ ଏବଂ କେବଳ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆଉ ଗୋଟିଏ ପୋଲିସ ବ୍ୟବସ୍ଥା ହୋଇଛି। ପଞ୍ଚୁକରେ ୩୦ ପ୍ଲାଟୁନ ଫୋର୍ସ ସହ ୧୦୦ରୁ ଊର୍ଦ୍ଧ୍ୱ ପୋଲିସ ଅଫିସର ନିୟୋଜିତ ହେବେ ବୋଲି ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି। ସେହିପରି ସେରକାରୀ ଲାଇଫ୍‌ଗାର୍ଡଙ୍କ ସମେତ ନୋଳିଆ ସମ୍ପ୍ରଦାୟର ଯୁବକଙ୍କୁ ବେଳାଭୂମିରେ ନିୟୋଜିତ କରାଯିବ। ଜଗନ୍ନାଥ ବଲ୍ଲଭ, ପୁରୁଣା ଜେଲ ପଡ଼ିିଆ, ଶରଧାବାଲି, ଜିଲା ସ୍କୁଲ, ଯାତ୍ରୀକା, ଲୋକନାଥ ଘାଟ, ତାଳବଣିଆରେ ଚାରିଚକିଆ ଯାନ ପାର୍କିଂ ବ୍ୟବସ୍ଥା କରାଯାଇଛି। ମୋଚିସାହି ଛକ ମହୋଦଧି ମାର୍କେଟ କମ୍ପ୍ଲେକ୍ସ ଏବଂ ମାର୍କେଟ ଛକସ୍ଥିତ ମାର୍କେଟ କମ୍ପ୍ଲେକ୍ସ ପରିସରରେ ବାଇକ୍‌ ପାର୍କିଂ କରାଯିବ। ଟାଉନ ଥାନାଠାରୁ ଆଗକୁ କାର୍‌, ଜିପ୍‌ ଆଦି ଚାରିଚକିଆ ଯାନ ମନ୍ଦିର ଆଡକୁ ଛଡ଼ାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri