ଆଜିଠୁ ପୂଜା ପାଇବେ ପଟିଦିଅଁ

ଖୋର୍ଦ୍ଧା ଅଫିସ,୬ା୬: ଖୋର୍ଦ୍ଧା ଉପକଣ୍ଠ ଜାଗୁଲାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମଙ୍କ ମନ୍ଦିରରେ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଭୋର ୪ଟାରେ ଦ୍ୱାରଫିଟା, ୫ଟାରେ ମଙ୍ଗଳ ଆଳତି, ପରେ ୭ଟାରେ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ସକାଳ ୯ଟାରୁ ୯ଟା ୩୦ ପର୍ଯ୍ୟନ୍ତ ମନ୍ଦିର ପରିସରରେ ରହିଥିବା କାରୁଣ୍ୟ କୁଣ୍ଡରୁ ଆସିଥିବା ୧୦୮ଗରା ସୁବାସିତ ଜଳରେ ପୂର୍ଣ୍ଣ ବିଗ୍ରହ (ହାତଗୋଡ ଥିବା ପୂର୍ଣ୍ଣ ପ୍ରତିମୂର୍ତ୍ତିି) ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ଏବଂ ଶ୍ରୀ ସୁଦର୍ଶନଙ୍କୁ ସ୍ନାନ କରାଯାଇଥିଲା। କୋଭିଡ୍‌-୧୯ ଗାଇଡ୍‌ଲାଇନ ଅନୁଯାୟୀ ପ୍ରାୟ ୧୦ରୁ ୧୫ଜଣ ସେବକଙ୍କ ଉପସ୍ଥିତିରେ ଏହି ନୀତି ସମ୍ପନ୍ନ ହୋଇଥିଲା। ମଧ୍ୟାହ୍ନରେ ଠାକୁରଙ୍କ ପହଣ୍ଡି ହୋଇ ଅଣସର ପିଣ୍ଡିରେ ବିଜେ କରିଥିଲେ। ପବିତ୍ର ସ୍ନାନଯାତ୍ରା ବିନା ଭକ୍ତରେ ସମ୍ପନ୍ନ ହୋଇଥିଲା। ତିନି ଠାକୁର ପୂର୍ଣ୍ଣ ବିଗ୍ରହ ହୋଇଥିବାରୁ ଏଠାରେ ମହାପ୍ରଭୁଙ୍କ ଗଜାନନ ବେଶ ଅନୁଷ୍ଠିତ ହୋଇ ନ ଥିଲା। ଶନିବାରଠାରୁ ମହାପ୍ରଭୁଙ୍କ ପ୍ରତିନିଧି ସ୍ବରୂପ ପଟିଦିଅଁ ପୂଜା ପାଇବେ। ଶ୍ରୀଅନନ୍ତ ପୁରୁଷୋତ୍ତମ ଦେବଙ୍କ ପୂଜକ କମଳକାନ୍ତ ଦାସ ମହାରାଜ କୁହନ୍ତି, ୧୫ଦିନ ଧରି ମହାପ୍ରଭୁଙ୍କ ଗୁପ୍ତନୀତି ହେବ। ପଞ୍ଚମ ଦିନରେ ଓଷୁଓ ଲାଗି, ୧୦ଦିନରେ ଦଶମୂଳ ପାଚନ, ଏକାଦଶୀ ଖଳିଲାଗି, ବନକ ଲାଗି ପରେ ନେତ୍ରୋତ୍ସବ ଏବଂ ଜୁନ ୨୩ରେ ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅନୁଷ୍ଠିତ ହେବ। ଶନିବାରଠାରୁ ମହାପ୍ରଭୁଙ୍କ ରଥକାମ ଆରମ୍ଭ ହେବ। ରଥଯାତ୍ରା ହେବ କି ନାହିଁ ତାହା ପ୍ରଶାସନ ଉପରେ ନିର୍ଭର କରେ। ଅନୁମତି ଆସିଲେ, କୋଭିଡ୍‌-୧୯ ଗାଇଡ୍‌ଲାଇନକୁ ବଜାୟ ରଖି ରଥଯାତ୍ରା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri