ଆଜିଠୁ ପୂଜା ପାଇବେ ପଟିଦିଅଁ

ଖୋର୍ଦ୍ଧା ଅଫିସ,୬ା୬: ଖୋର୍ଦ୍ଧା ଉପକଣ୍ଠ ଜାଗୁଲାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମଙ୍କ ମନ୍ଦିରରେ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଭୋର ୪ଟାରେ ଦ୍ୱାରଫିଟା, ୫ଟାରେ ମଙ୍ଗଳ ଆଳତି, ପରେ ୭ଟାରେ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ସକାଳ ୯ଟାରୁ ୯ଟା ୩୦ ପର୍ଯ୍ୟନ୍ତ ମନ୍ଦିର ପରିସରରେ ରହିଥିବା କାରୁଣ୍ୟ କୁଣ୍ଡରୁ ଆସିଥିବା ୧୦୮ଗରା ସୁବାସିତ ଜଳରେ ପୂର୍ଣ୍ଣ ବିଗ୍ରହ (ହାତଗୋଡ ଥିବା ପୂର୍ଣ୍ଣ ପ୍ରତିମୂର୍ତ୍ତିି) ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ଏବଂ ଶ୍ରୀ ସୁଦର୍ଶନଙ୍କୁ ସ୍ନାନ କରାଯାଇଥିଲା। କୋଭିଡ୍‌-୧୯ ଗାଇଡ୍‌ଲାଇନ ଅନୁଯାୟୀ ପ୍ରାୟ ୧୦ରୁ ୧୫ଜଣ ସେବକଙ୍କ ଉପସ୍ଥିତିରେ ଏହି ନୀତି ସମ୍ପନ୍ନ ହୋଇଥିଲା। ମଧ୍ୟାହ୍ନରେ ଠାକୁରଙ୍କ ପହଣ୍ଡି ହୋଇ ଅଣସର ପିଣ୍ଡିରେ ବିଜେ କରିଥିଲେ। ପବିତ୍ର ସ୍ନାନଯାତ୍ରା ବିନା ଭକ୍ତରେ ସମ୍ପନ୍ନ ହୋଇଥିଲା। ତିନି ଠାକୁର ପୂର୍ଣ୍ଣ ବିଗ୍ରହ ହୋଇଥିବାରୁ ଏଠାରେ ମହାପ୍ରଭୁଙ୍କ ଗଜାନନ ବେଶ ଅନୁଷ୍ଠିତ ହୋଇ ନ ଥିଲା। ଶନିବାରଠାରୁ ମହାପ୍ରଭୁଙ୍କ ପ୍ରତିନିଧି ସ୍ବରୂପ ପଟିଦିଅଁ ପୂଜା ପାଇବେ। ଶ୍ରୀଅନନ୍ତ ପୁରୁଷୋତ୍ତମ ଦେବଙ୍କ ପୂଜକ କମଳକାନ୍ତ ଦାସ ମହାରାଜ କୁହନ୍ତି, ୧୫ଦିନ ଧରି ମହାପ୍ରଭୁଙ୍କ ଗୁପ୍ତନୀତି ହେବ। ପଞ୍ଚମ ଦିନରେ ଓଷୁଓ ଲାଗି, ୧୦ଦିନରେ ଦଶମୂଳ ପାଚନ, ଏକାଦଶୀ ଖଳିଲାଗି, ବନକ ଲାଗି ପରେ ନେତ୍ରୋତ୍ସବ ଏବଂ ଜୁନ ୨୩ରେ ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅନୁଷ୍ଠିତ ହେବ। ଶନିବାରଠାରୁ ମହାପ୍ରଭୁଙ୍କ ରଥକାମ ଆରମ୍ଭ ହେବ। ରଥଯାତ୍ରା ହେବ କି ନାହିଁ ତାହା ପ୍ରଶାସନ ଉପରେ ନିର୍ଭର କରେ। ଅନୁମତି ଆସିଲେ, କୋଭିଡ୍‌-୧୯ ଗାଇଡ୍‌ଲାଇନକୁ ବଜାୟ ରଖି ରଥଯାତ୍ରା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାହାଙ୍ଗା ଡବଲ ମର୍ଡର ମାମଲା: ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ସମୟ ନେଲେ ପ୍ରତିପକ୍ଷ, ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ରେ

କଟକ,୧୬ା୪ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

୧୮-୧୯ରେ ଜାଳିବ

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ଆଜି ବାରିପଦା ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri