ଆଜିଠୁ ବାଲିଯାତ୍ରା

କଟକ ଅଫିସ, ୧୨ା୧୧: ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ଏହାକୁ ନେଲ ଚଳଚଞ୍ଚଳ ହୋଇଉଠିଛି କଟକ ସହର। ପଡିଆର ଉଭୟ ପଟେ ପାଖାପାଖି ୯ଟି ଦୋଳି ପଡିଛି। ସୋମବାର ବାଲିଯାତ୍ରା ପଡିଆରେ ବିଦ୍ୟୁତ୍‌ ସଂଯୋଗ କରାଯାଇଥିବାବେଳେ ମୁଖ୍ୟ ଗେଟ୍‌ ଆଲୋକମାଳାରେ ସଜାଯାଇଛି। ଏଥିସହ ବାଲିଯାତ୍ରା ପଡ଼ିଆରେ ଥିବା ବୈଷ୍ଣବ ପାଣି ମଞ୍ଚକୁ ପ୍ରଶାସନ ପକ୍ଷରୁ ସଜାଯାଇଛି।
ବ୍ୟବସାୟୀଙ୍କୁ ସଚେତନ କରାଯିବ
ବାଲିଯାତ୍ରା ପଡ଼ିଆରେ ସମସ୍ତ ବ୍ୟବସାୟୀଙ୍କୁ ନେଇ ସୋମବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଖାଦ୍ୟ ନିରାପତ୍ତା ଆଇନ-୬୯ ଅନୁଯାୟୀ ବ୍ୟବସାୟୀମାନେ ବାସି ଖାଦ୍ୟ ବିକ୍ରି କଲେ, ଖାଦ୍ୟରେ ରଙ୍ଗ ମିଶାଇଲେ, ବିଶୁଦ୍ଧ ପାଣିରେ ରନ୍ଧାରନ୍ଧି ନ କଲେ କିମ୍ବା ଫୁଡ୍‌ ଲାଇସେନ୍ସ ନ ଥିଲେ ସେମାନଙ୍କୁ ୧୦୦ ଟଙ୍କାରୁ ଆରମ୍ଭ କରି ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ନିଆଯିବ ବୋଲି ଖାଦ୍ୟ ସୁରକ୍ଷା ଅଧିକାରୀ ପ୍ରତୀକ୍ଷା ଦାସ ମହାପାତ୍ର କହିଛନ୍ତି। ଏଥର ବାଲିଯାତ୍ରାରେ କଟକ ମହାନଗର ନିଗମ(ସିଏମ୍‌ସି) ଖାଦ୍ୟ ସୁରକ୍ଷା ଅଧିକାରୀଙ୍କ ସମେତ ବରଗଡ଼, କେନ୍ଦୁଝର, ବାଲେଶ୍ୱରରୁ ନିୟୋଜିତ ହୋଇଥିବା ସ୍ବାସ୍ଥ୍ୟ ଅଧିକାରୀ ଖାଦ୍ୟର ମାନ ଯାଞ୍ଚ କରିବେ। ଏ ନେଇ ୨ଟି ଟିମ୍‌ ଗଠନ କରାଯାଇଛି। ପ୍ରତି ଟିମ୍‌ରେ ୩ ଜଣ ଅଫିସର ନିୟୋଜିତ କରାଯାଇଛି। ଚଳିତଥର ବାଲିଯାତ୍ରାରେ ମୋବାଇଲ ଫୁଡ୍‌ ଟେଷ୍ଟିଂ ଲାବରେଟୋରି ଜରିଆରେ ଖାଦ୍ୟର ମାନ ଯାଞ୍ଚ କରାଯିବ।
ପଡିଆ ସଫେଇକୁ ଗୁରୁତ୍ୱ
ବାଲିଯାତ୍ରାରେ ସିଏମ୍‌ସି ପକ୍ଷରୁ ସଫେଇ କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। ସଫେଇ କାର୍ଯ୍ୟ ନିମନ୍ତେ ୨୦୦ ମିଟରକୁ ଗୋଟିଏ ବିଟ୍‌ କରାଯାଇଛି। ଏହିପରି ଭାବେ ୧୮୦ଟି ବିଟ୍‌ ଚିହ୍ନଟ କରାଯାଇଛି। ଏଥିରେ ୧୨୦ ଜଣ ସୁଇପର, ୨୦ ଜମାଦାର, ୨୦ ଜଣ ସାନିଟାରୀ ଇନ୍ସପେକ୍ଟର ନିୟୋଜିତ ହୋଇଛନ୍ତି। ଦିନକୁ ଦୁଇବେଳା ପଡିଆ ସଫେଇ କରାଯିବ। ଏଥିସହ ୨୨ଟି ଅଟୋ, ୬ ଟ୍ରାକ୍ଟର, ୫ଟି ବକେଟ୍‌ ମାଧ୍ୟମରେ ଆବର୍ଜନା କଢାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri