ଆଜିଠୁ ବିଧାନସଭାର ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଜୁନ ୨୫ରୁ ବିଧାନସଭା ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବ। ପ୍ରଥମ ପର୍ଯ୍ୟାୟ ଜୁନ ୨୫ରୁ ଜୁଲାଇ ୨ ତାରିଖ ଯାଏ ଚାଲିବ। ଜୁଲାଇ ୩ ରୁ ୧୧ ତାରିଖ ଯାଏ ଅଧିବେଶନ ବନ୍ଦ ରହିବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୨ରୁ ଆରମ୍ଭ ହୋଇ ଅଗଷ୍ଟ ୮ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିବସରେ ରାଜ୍ୟପାଳ ଗଣେଶୀ ଲାଲ ଅଭିଭାଷଣ ଦେବେ। ୨୬ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା କରାଯିବ। ୨୭ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ୨୮ ତାରିଖରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ ହେବ। ଜୁଲାଇ ପହିଲାରୁ ବଜେଟ ଆଲୋଚନା ଆରମ୍ଭ ହେବ। ଜୁଲାଇ ୧୨ ତାରିଖରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୨ ତାରିଖରେ ବିଧାନସଭା ଷ୍ଟାଣ୍ଡିଂ କମିଟି ଗୃହରେ ରିପୋର୍ଟ ଉପସ୍ଥାପନ କରିବେ। ୧୩ ଓ ୧୪ ମାସର ଦ୍ୱିତୀୟ ଶନିବାର ଓ ରବିବାର ଲାଗି ଦୁଇଦିନ ଛୁଟି ରହିବ। ଜୁଲାଇ ୧୫ରୁ ୩୦ ତାରିଖ ଯାଏ ଖର୍ଚ୍ଚ ଦାବି ଆଲୋଚନା ହେବ। ଜୁଲାଇ ୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ବିଧାନସଭାରେ ଅନୁମୋଦନ ହେବ। ଏହି ସମୟରେ ଓଡ଼ିଶା ମ୍ୟୁନିସିପାଲ ଆକ୍ଟ-୧୯୯୦ର ସଂଶୋଧନ ପାଇଁ ବିଧାନସଭାରେ ବିଲ୍‌ ଆଗତ କରାଯାଇ ପାରେ। ସ୍ଥାନ ସଂରକ୍ଷଣ ବିବାଦ ଯୋଗୁ କାର୍ଯ୍ୟକାଳ ଶେଷ ହୋଇଥିବା ମହାନଗର ନିଗମ ଓ ପୌର ସଂସ୍ଥାଗୁଡ଼ିକରେ ନିର୍ବାଚନ ହୋଇପାରୁ ନାହିଁ। ଚଳିତ ବିଧାନସଭାରେ ଏହାକୁ ସଂଶୋଧନ କରିବାକୁ ରାଜ୍ୟ ସରକାର ପ୍ରସ୍ତାବ ଆଣିବେ। ଏଥିସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ମଧ୍ୟ ବିଧାନସଭାରେ ଆଗତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri