ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବେ। ଚଳିତ ମାସ ୧୫ ଏବଂ ୧୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ସରକାରଙ୍କ ଦ୍ୱାରା ଆଗତ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ମାସ ୧୮ରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଏହି ବଜେଟ ଅଧିବେଶନ ୨ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି। ତନ୍ମଧ୍ୟରୁ ୨୭ ସରକାରୀ ଦିବସ ଏବଂ ୪ ବେସରକାରୀ ଦିବସ ରହିଛି। ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଫେବୃୟାରୀ ୧୪ରୁ ଆରମ୍ଭହୋଇ ୨୬ ତାରିଖ ଯାଏ ଚାଲିବ। ଏଥିରେ ମୋଟ ୯ଟି କାର୍ଯ୍ୟଦିବସ ରହିଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୧ରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୨୨ଟି କାର୍ଯ୍ୟ ଦିବସ ରହିଛି।
ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଅପରାହ୍ନରେ ସର୍ବଦଳୀୟ ବୈଠକ ଡକାଇଥିଲେ। ଗୃହର ସମସ୍ତ କାର୍ଯ୍ୟରେ ଉଭୟ ସରକାରୀ ଏବଂ ବିରୋଧୀ ଦଳ ସହଯୋଗ କରିବାକୁ ସେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ଅବଗତ କରାଇଛନ୍ତି। ଏହି ଅଧିବେଶନ ପୂର୍ବାପେକ୍ଷା କାଗଜ ବିହୀନ ହେବାକୁ ଯାଉଛି। ବିଧାୟକମାନଙ୍କ ପାଇଁ ଟ୍ୟାବ୍‌ ବ୍ୟବସ୍ଥା କରାଯାଇଛି। ବିଧାୟକମାନେ ଯେପରି ଟେକ୍ନୋଲୋଜି ସହ ନିଜକୁ ଖାପଖୁଆଇ ପାରିବେ, ସେଥିପାଇଁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ବ୍ୟବସ୍ଥା କରାଯିବ ବୋଲି ବାଚସ୍ପତି ପାତ୍ର କହିଛନ୍ତି। ବଜେଟ ବିବରଣୀ ପେନ୍‌ଡ୍ରାଇଭ ଜରିଆରେ ସଦସ୍ୟମାନଙ୍କୁ ମଧ୍ୟ ଯୋଗାଇ ଦିଆଯିବ। ଜନପ୍ରତିନିଧିମାନେ ଗଣତନ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଆନ୍ତି। ତେଣୁ ବିଧାନସଭା ମଧ୍ୟରେ ସେମାନଙ୍କ କାର୍ଯ୍ୟାବଳୀ ମାର୍ଜିତ ହେବା ଆବଶ୍ୟକ ବୋଲି ବାଚସ୍ପତି ମତ ରଖିଛନ୍ତି। ବିଧି ଅନୁଯାୟୀ ସେ ସବୁ ପକ୍ଷଙ୍କୁ କହିବାର ସୁଯୋଗ ଦେବେ। ହେଲେ କୌଣସି ଭାବେ ବିରୋଧ କରିବା ପାଇଁ ବାରମ୍ବାର ମଧ୍ୟଭାଗକୁ ନ ଆସିବା ପାଇଁ ବାଚସ୍ପତି ମତ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଜେଡି ବିଧାୟକ ଦେବୀ ମିଶ୍ର, ବିରୋଧୀ ଦଳ ସଚେତକ ମୋହନ ମାଝି, ସିପିଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମ ପର୍ଯ୍ୟାୟରେ ଫେବୃୟାରୀ ୨୪ରୁ ୨୬ ତାରିଖ ଯାଏ ବଜେଟ ଉପରେ ଆଲୋଚନା ହେବ। ଏହାପରେ ଅଧିବେଶନ ମାର୍ଚ୍ଚ ୧୦ ତାରିଖ ଯାଏ ବନ୍ଦ ରହିବ। ମାର୍ଚ୍ଚ ୧୬ରୁ ୩୦ ଯାଏ ପୁଣି ବଜେଟ ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୧ ତାରିଖରେ ୨୦୨୦-୨୧ ଆର୍ଥତ୍କବର୍ଷର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାରେ ଗୃହୀତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri