ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):ଷୋଡଶ ବିଧାନସଭାର ଦ୍ୱିତୀୟ ତଥା ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେଉଛି। ଏହା ଡିସେମ୍ବର ୧୯ ଯାଏ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ। ପ୍ରଥମ ଦିବସରେ ବିଧାନସଭାର ଅନୁମୋଦନ ପାଇଁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ କରାଯିବ। ନଭେମ୍ବର ୨୦ରୁ ୨୨ ଯାଏ ଅତିରିକ୍ତ ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ୨୩ ଓ ୨୪ ତାରିଖ ଦୁଇଦିନ ବିଧାନସଭା ବନ୍ଦ ରହିବ। ୨୫ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍‌ ଗୃହରେ ଅନୁମୋଦନ ଲାଭ କରିବ।
ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ମଧ୍ୟ ଆଗତ ହେବାର କାର୍ଯ୍ୟକ୍ରମ ରହିଛି। ପୌର ନିର୍ବାଚନ ପାଇଁ ସ୍ଥାନ ସଂରକ୍ଷଣ ସଂଶୋଧନ ବିଲ୍‌ ବିଧାନସଭାରେ ଆଗତ ହେବ ବୋଲି ଜଣାପଡ଼ିଛି। ପ୍ରଥମ ଦିବସ ହୋଇଥିବାରୁ ବିଧାନସଭା ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ତେବେ ପ୍ରଥମ ଥର ଲାଗି ବିଧାନସଭାର ସମସ୍ତ କାର୍ଯ୍ୟାବଳୀ କାଗଜବିହୀନ (ପେପର ଲେସ୍‌) କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ବିଧାୟକମାନେ ସେମାନଙ୍କ ପ୍ରଶ୍ନ ଏବଂ ଉତ୍ତର ମୋବାଇଲ ଆପ ଜରିଆରେ ପାଇପାରିବେ।
ବିଧାନସଭା ଆରମ୍ଭ ହେଉଥିଲେ ମଧ୍ୟ ଭାଜପା କିମ୍ବା ବିଜେଡି ମଙ୍ଗଳବାର ବିଧାୟକ ଦଳ ବୈଠକ ଡାକିନାହାନ୍ତି। ୧୩ ତାରିଖ ସକାଳ ୧୦ଟାରେ ବିଜେଡି ଓ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ହାତରେ ଅନେକ ପ୍ରସଙ୍ଗ ରହିଛି। ନାରୀ ସୁରକ୍ଷାଠାରୁ ଆରମ୍ଭକରି ପିସି କାରବାର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି, ଆଇନଶୃଙ୍ଖଳା, ବାତ୍ୟା କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ, ପାନୀୟ ଜଳ, ଚାଷୀ ସମସ୍ୟା ଭଳି ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି। ମଙ୍ଗଳବାର ଅପରାହ୍ନରେ କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ସରକାରଙ୍କ କାର୍ଯ୍ୟକ୍ରମକୁ ବିରୋଧ କରାଯାଉଥିବା ସମସ୍ତ ପ୍ରସଙ୍ଗ ସହିତ ୫-ଟି କାର୍ଯ୍ୟକ୍ରମକୁ ମଧ୍ୟ ବିଧାନସଭାରେ ଉଠାଯିବ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ଭାଜପା ଓ କଂଗ୍ରେସ ରାସ୍ତାକୁ ଓହ୍ଲାଇଥିଲେ। ଏହି ପ୍ରସଙ୍ଗକୁ ନେଇ ଭାଜପା ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି। ଏଥିସହିତ ଚାଷୀ, ବେକାରି ସମସ୍ୟା, ଆଇନଶୃଙ୍ଖଳା ପରିସ୍ଥିତିକୁ ମଧ୍ୟ ବିଧାନସଭାରେ ଭାଜପା ଉଠାଇବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri