ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):ଷୋଡଶ ବିଧାନସଭାର ଦ୍ୱିତୀୟ ତଥା ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେଉଛି। ଏହା ଡିସେମ୍ବର ୧୯ ଯାଏ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ। ପ୍ରଥମ ଦିବସରେ ବିଧାନସଭାର ଅନୁମୋଦନ ପାଇଁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ କରାଯିବ। ନଭେମ୍ବର ୨୦ରୁ ୨୨ ଯାଏ ଅତିରିକ୍ତ ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ୨୩ ଓ ୨୪ ତାରିଖ ଦୁଇଦିନ ବିଧାନସଭା ବନ୍ଦ ରହିବ। ୨୫ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍‌ ଗୃହରେ ଅନୁମୋଦନ ଲାଭ କରିବ।
ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ମଧ୍ୟ ଆଗତ ହେବାର କାର୍ଯ୍ୟକ୍ରମ ରହିଛି। ପୌର ନିର୍ବାଚନ ପାଇଁ ସ୍ଥାନ ସଂରକ୍ଷଣ ସଂଶୋଧନ ବିଲ୍‌ ବିଧାନସଭାରେ ଆଗତ ହେବ ବୋଲି ଜଣାପଡ଼ିଛି। ପ୍ରଥମ ଦିବସ ହୋଇଥିବାରୁ ବିଧାନସଭା ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ତେବେ ପ୍ରଥମ ଥର ଲାଗି ବିଧାନସଭାର ସମସ୍ତ କାର୍ଯ୍ୟାବଳୀ କାଗଜବିହୀନ (ପେପର ଲେସ୍‌) କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ବିଧାୟକମାନେ ସେମାନଙ୍କ ପ୍ରଶ୍ନ ଏବଂ ଉତ୍ତର ମୋବାଇଲ ଆପ ଜରିଆରେ ପାଇପାରିବେ।
ବିଧାନସଭା ଆରମ୍ଭ ହେଉଥିଲେ ମଧ୍ୟ ଭାଜପା କିମ୍ବା ବିଜେଡି ମଙ୍ଗଳବାର ବିଧାୟକ ଦଳ ବୈଠକ ଡାକିନାହାନ୍ତି। ୧୩ ତାରିଖ ସକାଳ ୧୦ଟାରେ ବିଜେଡି ଓ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ହାତରେ ଅନେକ ପ୍ରସଙ୍ଗ ରହିଛି। ନାରୀ ସୁରକ୍ଷାଠାରୁ ଆରମ୍ଭକରି ପିସି କାରବାର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି, ଆଇନଶୃଙ୍ଖଳା, ବାତ୍ୟା କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ, ପାନୀୟ ଜଳ, ଚାଷୀ ସମସ୍ୟା ଭଳି ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି। ମଙ୍ଗଳବାର ଅପରାହ୍ନରେ କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ସରକାରଙ୍କ କାର୍ଯ୍ୟକ୍ରମକୁ ବିରୋଧ କରାଯାଉଥିବା ସମସ୍ତ ପ୍ରସଙ୍ଗ ସହିତ ୫-ଟି କାର୍ଯ୍ୟକ୍ରମକୁ ମଧ୍ୟ ବିଧାନସଭାରେ ଉଠାଯିବ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ଭାଜପା ଓ କଂଗ୍ରେସ ରାସ୍ତାକୁ ଓହ୍ଲାଇଥିଲେ। ଏହି ପ୍ରସଙ୍ଗକୁ ନେଇ ଭାଜପା ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି। ଏଥିସହିତ ଚାଷୀ, ବେକାରି ସମସ୍ୟା, ଆଇନଶୃଙ୍ଖଳା ପରିସ୍ଥିତିକୁ ମଧ୍ୟ ବିଧାନସଭାରେ ଭାଜପା ଉଠାଇବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?