ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୭।୨ – ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ୩ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ମେଳା ପାଇଁ ଉତ୍ସବମୁଖର ହୋଇଉଠିଛି ମହିମାଗାଦି। ମେଳା ଅବ୍ୟବହିତ ପୂର୍ବରୁ ଯୋରନ୍ଦାକୁ ଛୁଟିଛନ୍ତି ସାଧୁସନ୍ଥ, ଶ୍ରଦ୍ଧାଳୁ।
ଚଳିତବର୍ଷ ମେଳାରେ ସୁରକ୍ଷାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଛି। ଏସ୍‌ପିଙ୍କ ନେତୃତ୍ୱରେ ମୋଟ ୮ ପ୍ଲାଟୁନ୍‌ ସଶସ୍ତ୍ର ପୋଲିସ ସୁରକ୍ଷା ଦାୟିତ୍ୱରେ ମୁତୟନ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଜଣେ ଅତିରିକ୍ତ ଏସ୍‌ପି, ୪ ଡିଏସ୍‌ପି, ୯ ଇନ୍ସପେକ୍ଟର, ୪୯ ଏସ୍‌ଆଇ ଏବଂ ଏଏସ୍‌ଆଇ, ୧୩୨ ହୋମଗାର୍ଡ, ୧୦ ହାବିଲଦାର, ୬ ଟ୍ରାଫିକ୍‌ ପୋଲିସ। ଗୁରୁବାର ଅପରାହ୍ନରେ ଏସ୍‌ପି ଅନୁପମା ଜେମ୍‌ସ ଯୋରନ୍ଦା ଫାଣ୍ଡି ପରିସରରେ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଦାୟିତ୍ୱ ବଣ୍ଟନ କରିଛନ୍ତି। ଏଥିସହ ଯେ କୌଣସି ସମସ୍ତ ପ୍ରକାର ଆଇନଶୃଙ୍ଖଳାର ପରିସ୍ଥିତି ଏଡ଼ାଇବା ଲାଗି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ସେହିପରି ଟ୍ରାଫିକ୍‌ ନିୟନ୍ତ୍ରଣ, ଯାନବାହନ ପାର୍କିଂ ଉପରେ ଗୁରୁତ୍ୱ ଦିଆଯାଇଛି। ମେଳା ପରିସରରେ ଆପରାଧିକ କାର୍ଯ୍ୟକଳାପ ରୋକିବାକୁ ସିସିଟିଭି ବ୍ୟବସ୍ଥା, ସନ୍ଧାନୀ କୁକୁର ମୁତୟନ ସହ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠିତ ହୋଇଛି। ସନ୍ଧ୍ୟାରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପ୍ରମୁଖ ମେଳା ପରିସରରେ ସୁରକ୍ଷା ଏବଂ ଯାତ୍ରୀଙ୍କ ରହିବା ବ୍ୟବସ୍ଥାର ତଦାରଖ କରିଛନ୍ତି। ଯୋରନ୍ଦା ସରପଞ୍ଚ ପ୍ରଶାନ୍ତ ରାଉତ ଉପସ୍ଥିତ ଥିଲେ।
ଶୁକ୍ରବାର ଭୋର ୩ଟାରୁ ନୀତିକାନ୍ତି ଆରମ୍ଭ ହେବ। ଅପରାହ୍ନ ୫ଟା ୧୫ରେ ଝାଡ଼ଦୀପ ପ୍ରଜ୍ୱଳନ କରାଯାଇ ବିଶ୍ୱକଲ୍ୟାଣ ଉଦ୍ଦେଶ୍ୟରେ ପ୍ରାର୍ଥନା କରାଯିବ। ଏଥିପାଇଁ ମଠ, ମନ୍ଦିରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଅପରପକ୍ଷେ ଗୁରୁବାରଠାରୁ ହଜାର ହଜାର ଉଠାଦୋକାନୀ ପସରା ମେଲାଇ ବ୍ୟବସାୟ ଆରମ୍ଭ କରିସାରିଲେଣି। ପାଗ ଅନୁକୂଳ ହେଲେ ଭଲ ଦି ପଇସା ମିଳିବ ବୋଲି ସେମାନେ ଆଶାବାନ୍ଧି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri