ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୭।୨ – ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ୩ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ମେଳା ପାଇଁ ଉତ୍ସବମୁଖର ହୋଇଉଠିଛି ମହିମାଗାଦି। ମେଳା ଅବ୍ୟବହିତ ପୂର୍ବରୁ ଯୋରନ୍ଦାକୁ ଛୁଟିଛନ୍ତି ସାଧୁସନ୍ଥ, ଶ୍ରଦ୍ଧାଳୁ।
ଚଳିତବର୍ଷ ମେଳାରେ ସୁରକ୍ଷାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଛି। ଏସ୍‌ପିଙ୍କ ନେତୃତ୍ୱରେ ମୋଟ ୮ ପ୍ଲାଟୁନ୍‌ ସଶସ୍ତ୍ର ପୋଲିସ ସୁରକ୍ଷା ଦାୟିତ୍ୱରେ ମୁତୟନ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଜଣେ ଅତିରିକ୍ତ ଏସ୍‌ପି, ୪ ଡିଏସ୍‌ପି, ୯ ଇନ୍ସପେକ୍ଟର, ୪୯ ଏସ୍‌ଆଇ ଏବଂ ଏଏସ୍‌ଆଇ, ୧୩୨ ହୋମଗାର୍ଡ, ୧୦ ହାବିଲଦାର, ୬ ଟ୍ରାଫିକ୍‌ ପୋଲିସ। ଗୁରୁବାର ଅପରାହ୍ନରେ ଏସ୍‌ପି ଅନୁପମା ଜେମ୍‌ସ ଯୋରନ୍ଦା ଫାଣ୍ଡି ପରିସରରେ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଦାୟିତ୍ୱ ବଣ୍ଟନ କରିଛନ୍ତି। ଏଥିସହ ଯେ କୌଣସି ସମସ୍ତ ପ୍ରକାର ଆଇନଶୃଙ୍ଖଳାର ପରିସ୍ଥିତି ଏଡ଼ାଇବା ଲାଗି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ସେହିପରି ଟ୍ରାଫିକ୍‌ ନିୟନ୍ତ୍ରଣ, ଯାନବାହନ ପାର୍କିଂ ଉପରେ ଗୁରୁତ୍ୱ ଦିଆଯାଇଛି। ମେଳା ପରିସରରେ ଆପରାଧିକ କାର୍ଯ୍ୟକଳାପ ରୋକିବାକୁ ସିସିଟିଭି ବ୍ୟବସ୍ଥା, ସନ୍ଧାନୀ କୁକୁର ମୁତୟନ ସହ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠିତ ହୋଇଛି। ସନ୍ଧ୍ୟାରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପ୍ରମୁଖ ମେଳା ପରିସରରେ ସୁରକ୍ଷା ଏବଂ ଯାତ୍ରୀଙ୍କ ରହିବା ବ୍ୟବସ୍ଥାର ତଦାରଖ କରିଛନ୍ତି। ଯୋରନ୍ଦା ସରପଞ୍ଚ ପ୍ରଶାନ୍ତ ରାଉତ ଉପସ୍ଥିତ ଥିଲେ।
ଶୁକ୍ରବାର ଭୋର ୩ଟାରୁ ନୀତିକାନ୍ତି ଆରମ୍ଭ ହେବ। ଅପରାହ୍ନ ୫ଟା ୧୫ରେ ଝାଡ଼ଦୀପ ପ୍ରଜ୍ୱଳନ କରାଯାଇ ବିଶ୍ୱକଲ୍ୟାଣ ଉଦ୍ଦେଶ୍ୟରେ ପ୍ରାର୍ଥନା କରାଯିବ। ଏଥିପାଇଁ ମଠ, ମନ୍ଦିରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଅପରପକ୍ଷେ ଗୁରୁବାରଠାରୁ ହଜାର ହଜାର ଉଠାଦୋକାନୀ ପସରା ମେଲାଇ ବ୍ୟବସାୟ ଆରମ୍ଭ କରିସାରିଲେଣି। ପାଗ ଅନୁକୂଳ ହେଲେ ଭଲ ଦି ପଇସା ମିଳିବ ବୋଲି ସେମାନେ ଆଶାବାନ୍ଧି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri