ଆଜିଠୁ ଭୁବନେଶ୍ୱର ଓ ବୁର୍ଲା ପ୍ଲାନେଟାରିୟମ୍‌ରେ ନୂଆ ଶୋ’

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଭୁବନେଶ୍ୱର ଓ ବୁର୍ଲା ପ୍ଲାନେଟାରିୟମ୍‌ରେ ବୁଧବାରଠାରୁ ଏକ ନୂତନ ଶୋ’ର ବ୍ୟବସ୍ଥା ହୋଇଛି। ‘ମହାଜାଗତିକ ଜୀବ’ ନାମକ ଏହି ଶୋ ଓଡ଼ିଆ ଭାଷାରେ ପ୍ରଦର୍ଶିତ ହେବ। ୩୦ ମିନିଟ୍‌ ଅବଧିର ଏହି ନୂତନ ଶୋରେ ବିଶ୍ୱର ସୃଷ୍ଟି, ତାରାମାନଙ୍କ ଜନ୍ମ ଓ ମୃତ୍ୟୁ ପ୍ରକ୍ରିୟା, ନିହାରିକାର ସୃଷ୍ଟି, ବିଶ୍ୱର ଆକାର ତଥା ଆମ ବିଶ୍ୱରେ ଅନ୍ୟତ୍ର ଜୀବ ଜଗତ ରହିଛି କି ନାହିଁ ଆଦି ଅନେକ ବିଷୟରେ ଅତି ସରଳ ଭାବେ ଉପସ୍ଥାପନା କରାଯାଇଛି ବୋଲି ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ଏହି ଶୋ’କୁ ମଙ୍ଗଳବାର ବିଜ୍ଞାନ ଓ କାରିଗରୀ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ଭୁବନେଶ୍ୱରରେ ପ୍ଲାନେଟାରିୟମ ପ୍ରତିଷ୍ଠା ହେବାର ୩୦ବର୍ଷ ପରେ ବୁର୍ଲାରେ ଦ୍ୱିତୀୟ ପ୍ଲାନେଟାରିୟମ ପ୍ରତିଷ୍ଠା କରାଯାଇଥିଲା। କିନ୍ତୁ ଆସନ୍ତା କିଛି ବର୍ଷରେ ଆମ ରାଜ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ଆଉ ୫ ପ୍ଲାନେଟାରିୟମ ଓ ୧୦ଟି ବିଜ୍ଞାନ ଉଦ୍ୟାନ ପ୍ରତିଷ୍ଠା କରାଯିବାକୁ ସମସ୍ତ ପଦକ୍ଷେପ ରାଜ୍ୟ ସରକାରଙ୍କ ତରଫରୁ ନିଆଯାଇସାରିଛି। ସେହିପରି କିଛି ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ନାସା ପଠାଇବା ପାଇଁ ଯୋଜନା କରାଯାଉଛି। ସେହିପରି ଖୁବ୍‌ଶୀଘ୍ର ବୁର୍ଲା ପ୍ଲାନେଟାରିୟମ୍‌ରେ ଆଞ୍ଚଳିକ ସମ୍ବଲପୁରୀ ଭାଷାରେ ଏକ ଶୋ’ ପ୍ରଦର୍ଶିତ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri