ଆଜିଠୁ ମାଟ୍ରିକ ପରୀକ୍ଷା

କଟକ ଅଫିସ,୧୯ା୨: ବୁଧବାରଠାରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷା ଗୋଟିଏ ଦିନରୁ ହିଁ ଆରମ୍ଭ ହେବ। ଚଳିତବର୍ଷ ମୋଟ୍‌ ୨୮୮୮ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୬୦ହଜାର ୯୦୫ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏ ନେଇ ବୋର୍ଡ କର୍ତ୍ତୃପକ୍ଷ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି ବୋଲି ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।
ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫେବୃୟାରୀ ୨୯ ଓ ମଧ୍ୟମା ପରୀକ୍ଷା ଫେବୃୟାରୀ ୨୮ରେ ଶେଷ ହେବ। ଦୁଇଟି ସିଟିଂରେ ପରୀକ୍ଷାଗୁଡ଼ିକ କରାଯିବ। ପରୀକ୍ଷା ଖାତା ଗଚ୍ଛିତ ରଖିବା ପାଇଁ ୩୦୭ ନୋଡାଲ କେନ୍ଦ୍ର ସ୍ଥିର କରାଯାଇଛି। ସେଥିମଧ୍ୟରୁ ସମ୍ବେଦନଶୀଳ ସ୍ଥାନ ଭାବେ ଗଣା ହେଉଥିବା ପରୀକ୍ଷାକେନ୍ଦ୍ରର ପରୀକ୍ଷା ଖାତା ଥାନାରେ ରଖାଯିବ। କୋରାପୁଟ ଜିଲାର ୫, କନ୍ଧମାଳ ଜିଲାର ୭ ଓ ମାଲକାନଗିରି ଜିଲାର ୧୦ଟି ଥାନାକୁ ନୋଡାଲ କେନ୍ଦ୍ର କରାଯାଇଛି। ପରୀକ୍ଷା ପରିଚାଳନା ନିମନ୍ତେ ବୋର୍ଡ କର୍ତ୍ତୃପକ୍ଷ ୪ ସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ବୋର୍ଡ ପକ୍ଷରୁ ୬୯ଟି ସ୍ବତନ୍ତ୍ର ଫ୍ଲାଇଂ ସ୍କ୍ବାଡ୍‌ ଓ ଜିଲା ଶିକ୍ଷାଧିକାରୀମାନଙ୍କୁ ନେଇ ୪୪ଟି ସ୍କ୍ବାଡ୍‌ ଗଠନ ହୋଇଛି। ଫ୍ଲାଇଂ ସ୍କ୍ବାଡ୍‌ରେ ଅଧ୍ୟାପକମାନଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ କପି ରୋକିବା ପାଇଁ ଚଳିତବର୍ଷ ୧୦୦୦ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯାଇଛି। ଗତବର୍ଷ ୪୦୪ଟି ପରୀକ୍ଷାକେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯାଇଥିଲେ ସୁଦ୍ଧା ପ୍ରଶ୍ନପତ୍ର ଭାଇରାଲକୁ ରୋକାଯାଇ ପାରି ନ ଥିଲା। ଚଳିତବର୍ଷ ପରୀକ୍ଷା ପରିଚାଳନାରେ ସ୍ବଚ୍ଛତା ଆଣିବା ପାଇଁ ଏଭଳି ପଦକ୍ଷେପ ବୋର୍ଡ କର୍ତ୍ତୃପକ୍ଷ ନେଇଛନ୍ତି। ପରୀକ୍ଷାକୁ ନେଇ କୌଣସି ଅଭିଭାବକ ଅଭିଯୋଗ କରିବାକୁ ଚାହିଁଲେ ବୋର୍ଡ ପକ୍ଷରୁ ୧୨ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଅନୁଗୋଳ ସ୍ପେଶାଲ ହୋମ୍‌ରେ ୪ଜଣ ଓ ଚୌଦ୍ୱାର ସର୍କଲ ଜେଲ୍‌ରେ ୨ଜଣ ଅନ୍ତେବାସୀ ପରୀକ୍ଷା ଦେବେ। ଏମାନଙ୍କ ନିମନ୍ତେ ସମ୍ପୃକ୍ତ ଜେଲ୍‌ରେ ଉପକେନ୍ଦ୍ର କରାଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଚଳିତବର୍ଷଠାରୁ ଓଏମ୍‌ଆର୍‌ ସିଟ୍‌ ବ୍ୟବସ୍ଥାକୁ ବନ୍ଦ କରାଯାଇଛି। ଓଏମ୍‌ଆର୍‌ ସିଟ୍‌ରେ ଅବ୍‌ଜେକ୍‌ଟିଭ୍‌ ପରୀକ୍ଷା କରାଯିବନାହିଁ। ୫୦ ମାର୍କ ଅବ୍‌ଜେକ୍‌ଟିଭ୍‌ ପ୍ରଶ୍ନର ଉତ୍ତର ପରୀକ୍ଷାର୍ଥୀ ଲିଖିତ ଭାବେ ଦେବେ ବୋଲି ବୋର୍ଡ ସଭାପତି ହାଜରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri