ଆଜିଠୁ ମିଳିବ ଘରୋଇ ବିମାନ ସେବା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବଧି ସରି ଆସୁଥିବାବେଳେ ଧୀରେ ଧୀରେ ଯାତ୍ରୀ ପରିବହନ ସେବା ସ୍ବାଭାବିକ ହେବାରେ ଲାଗିଛି। ପ୍ରାୟ ୨ମାସ ଧରି ବନ୍ଦ ରହିଥିବା ଘରୋଇ ବିମାନ ସେବା ସୋମବାରଠାରୁ ଆରମ୍ଭ ହେଉଛି। ଦେଶର ବିଭିନ୍ନ ସ୍ଥାନକୁ ଘରୋଇ ବିମାନ ଚଳାଚଳ କରିବ। ଏଥିପାଇଁ ବିମାନବନ୍ଦର ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି ଚାଲିଛି। ବିମାନବନ୍ଦରରେ ପରିବର୍ତ୍ତିତ କଟକଣା ଓ ନିୟମ ଲାଗୁ ହୋଇଥିବାବେଳେ ଏହି ଅନୁଯାୟୀ ସେବା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯିବ। ବିଶେଷକରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଟଚ୍‌ ଫ୍ରି କରାଯାଇଥିବାବେଳେ ଏଠାରେ ୧୦ ବିମାନ ଉଡ଼ାଣ କରିବ। ଏଥିମଧ୍ୟରେ ଦିଲ୍ଲୀକୁ ୩ଟି ବିମାନ, ୨ଟି ବେଙ୍ଗାଲୁରୁ, ହାଇଦ୍ରାବାଦ, ମୁମ୍ବାଇ, ଚେନ୍ନାଇ, କୋଲକାତା ଓ ଝାରସୁଗୁଡ଼ାକୁ ଗୋଟିଏ ଲେଖାଏ ବିମାନ ଚଳାଚଳ। ତେବେ ଏଥିମଧ୍ୟରୁ ମୁମ୍ବାଇ, କୋଲକାତା ଏବଂ ଅନ୍ୟ କେତେକ ସ୍ଥାନରେ କିଛି ସମସ୍ୟା ଥିବାଯୋଗୁ ୨ରୁ ୩ଟି ବିମାନ ବାତିଲ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ କହିଛନ୍ତି, ସୋମବାର ସକାଳ ୮ଟା ୧୦ରେ ହାଇଦ୍ରାବାଦରୁ ପ୍ରଥମ ବିମାନ ଭୁବନେଶ୍ୱରରେ ପହଞ୍ଚତ୍ବ ଓ ୮ଟା ୪୦ରେ ତାହା ହାଇଦ୍ରାବାଦ ଅଭିମୁଖେ ବାହାରିବ। ସେବା ଆରମ୍ଭ ପୂର୍ବରୁ ରବିବାର ସମସ୍ତ ଷ୍ଟେକ୍‌ ହୋଲ୍ଡରମାନଙ୍କୁ ନେଇ ଏକ ଟ୍ରାଏଲ ରନ୍‌ କରାଯାଇଥିଲା। ଯାତ୍ରୀଙ୍କୁ ଟଚ୍‌ ଫ୍ରୀ ସେବା ଦେବା ପାଇଁ ବିମାନବନ୍ଦର ପକ୍ଷରୁ ବ୍ୟବସ୍ଥା କରାଯାଇଥିବା ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri