ଆଜିଠୁ ମୌସୁମୀ ବର୍ଷା : ୩ ଦିନ ବର୍ଷିବ, ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ। ସ୍ବାଭାବିକ (ଜୁନ ୧୦)ଠାରୁ ୧୦ ଦିନ ପରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ୨୧ ତାରିଖ ସନ୍ଧ୍ୟାରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ମୌସୁମୀ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ଦିନ ଯାଏ ବର୍ଷା ଲାଗି ରହିବ । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ କେନ୍ଦ୍ରାପଡା, କଟକ, ନୟାଗଡ, ଯାଜପୁର, ଭଦ୍ରକ, ଗଜପତି ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ରାଜ୍ୟରେ ମୌସୁମୀ ବର୍ଷା ବୃଦ୍ଧି ପାଇବ। ତେବେ ଯେତେ ବର୍ଷା ହେବା କଥା ତାହା ହେବ ନାହିଁ। ଉପକୂଳବର୍ତ୍ତୀ ଜିଲାଗୁଡିକରେ ବର୍ଷା ଅଧିକ ରହିବ ବୋଲି ଅନୁମାନ
କରାଯାଇଛି । ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ପରିମାଣ କମ ରହିବ। ଆସନ୍ତା ୨୪ ତାରିଖଠାରୁ ବର୍ଷା ପରିମାଣ ହ୍ରାସ ପାଇବ। ୨୮ ତାରିଖରୁ ପୁଣି ବର୍ଷା ବଢିବ । ଗତ ଦୁଇ ଦିନ ହେବ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଲାଗି ରହିଛି। ଏଥିଯୋଗୁ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ଲାଗି ରହିଛି। ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ କେନ୍ଦୁଝରରେ ୨୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ୧୪, ପୁରୀ ୩୦, ବାଲେଶ୍ୱର ୬.୨, ଚାନ୍ଦବାଲି ୩, ପାରାଦୀପ ୧୦.୬, ଗୋପାଳପୁର ୧୦, ବାରିପଦା ୧, ମାଲକାନଗିରି ୧୧ ଏବଂ ବଲାଙ୍ଗୀରରେ ୩.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଉପକୂଳରେ ମେଘୁଆ ପାଗ ରହିଥିଲେ ମଧ୍ୟ ପଶ୍ଚିମ ଓଡିଶାରେ ତାତି ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୧.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୧.୨, ଟିଟିଲାଗଡ ୪୦, ମାଲକାନଗିରି ୪୦ ଏବଂ ସୋନପୁରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, ଅନୁଗୋଳ, ସୋନପୁର, ବଲାଙ୍ଗୀର ଏବଂ ନବରଙ୍ଗପୁର ଜିଲାରେ ଘଡଘଡି ସହ ଝଡବର୍ଷା ହେବ ବୋଲି ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri