ଆଜିଠୁ ସଙ୍ଗରୋଧରେ ରହିବେ ରଥ ନିର୍ମାଣକାରୀ: ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ୪ ମେଡିକାଲ ଟିମ୍‌ ଗଠିତ

ପୁରୀ ଅଫିସ,୧୦।୫: ଜୁନ୍‌ ୨୩ରେ ରଥଯାତ୍ରା। ତେଣୁ ରଥଖଖଳାରେ ଚାଲିଛି ତିନିରଥ ନିର୍ମାଣ। ବର୍ତ୍ତମାନ ମହାମାରୀ କରୋନା ଯେଉଁଭଳି ଭାବେ ରାଜ୍ୟରେ ମାଡ଼ୁଛି ତାହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ଯେପରି ସାମାନ୍ୟତମ ଅସୁବିଧା ନ ହୁଏ ସେଥିଲାଗି ମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ରବିବାରଠାରୁ ରଥ ନିର୍ମାଣକାରୀ ସେବକମାନେ ସଙ୍ଗରୋଧରେ ରହିବେ। ସେମାନଙ୍କ ଲାଗି ଆବଶ୍ୟକ ରୁମ୍‌ ନିଆଯାଇଥିବା ବେଳେ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଥିବା ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି।

ଉନ୍ନୟନ ପ୍ରଶାସକଙ୍କ ସୂଚନା ମୁତାବକ, ରଥ ନିର୍ମାଣରେ ସମ୍ପୃକ୍ତ ଭୋଇ, ମହାରଣାଙ୍କ ସମେତ ଅନ୍ୟ ସେବକମାନଙ୍କୁ କ୍ବାରାଣ୍ଟାଇନ (ସଙ୍ଗରୋଧ)ରେ ରଖାଯିବ। ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ନୀଳାଦ୍ରି ଭକ୍ତ ନିବାସରେ ୧୦୧ରୁମ୍‌, ଗୁଣ୍ଡିଚା ମନ୍ଦିର ଭକ୍ତ ନିବାସରେ ୭୦ ଏବଂ ନୀଳାଚଳ ଭକ୍ତ ନିବାସରେ ୩୫ଟି ରୁମ୍‌ ରଖାଯାଇଛି। ଯଦି ଆବଶ୍ୟକ ପଡ଼େ ତେବେ ଦୁଦୁୱାଲା ଧର୍ମଶାଳାରେ ମଧ୍ୟ ରହିବା ବ୍ୟବସ୍ଥା କରାଯିବ। ସେମାନଙ୍କ ଖାଦ୍ୟପେୟ ସହ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି ବୋଲି ଉନ୍ନୟନ ପ୍ରଶାସକ କହିଛନ୍ତି। ସେହିପରି କୋଭିଡ୍‌-୧୯ ଗାଇଡ୍‌ଲାଇନକୁ ନଜରରେ ରଖି ରଥ ନିର୍ମାଣକାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଲାଗି ୪ଟି ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଭକ୍ତ ନିବାସରେ ରହୁଥିବା ସେବକଙ୍କ ଲାଗି ଗୋଟିଏ ଟିମ୍‌, ରଥଖଳା ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୋଟିଏ ଟିମ୍‌, ଜରୁରିକାଳୀନ ସେବା ପାଇଁ ଗୋଟିଏ ଏବଂ ସେବକ ପରିବାର ସଦସ୍ୟଙ୍କ ନିମନ୍ତେ ଗୋଟିଏ ଟିମ୍‌ ପ୍ରସ୍ତୁତ କରାଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ପୁରୀର ସ୍ଥିତି ଭଲ ଅଛି। ତଥାପି କୌଣସି ରଥ ନିର୍ମାଣକାରୀ ସେବକଙ୍କ ସ୍ବାସ୍ଥ୍ୟ ସମସ୍ୟା କିମ୍ବା କୋଭିଡ ଲକ୍ଷଣ ଦେଖାଦେଲେ ତାଙ୍କୁ ପୃଥକବାସରେ ରଖାଯିବ। କାମକୁ ଛଡ଼ାଯିବ ନାହିଁ ବୋଲି ସିଡିଏମ୍‌ଓ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି।
ଏ ସମ୍ପର୍କରେ ଉନ୍ନୟନ ପ୍ରଶାସକ ଜେନା କହିଛନ୍ତି, ରଥ ନିର୍ମାଣରେ ନିୟୋଜିତ ସେବାୟତଙ୍କୁ ସଙ୍ଗରୋଧରେ ରଖାଯିବା ନେଇ ସୂଚନା ଦିଆଯାଇଛି। ରବିବାର ସେମାନେ ପ୍ରସ୍ତୁତ ହୋଇଆସିବେ। ରଥଖଳାରେ କାମ କରିସାରିବା ପରେ ରାତିରେ ଭକ୍ତ ନିବାସରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri