ଆଜିଠୁ ସବୁ ଦଳର ପଦଯାତ୍ରା

ଭୁବନେଶ୍ୱର,୨-୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ କ୍ଷମତାସୀନ ବିଜେଡି, ମୁଖ୍ୟ ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ପ୍ରତିବର୍ଷ ଭଳି ଚଳିତଥର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଟୋବର ୨(ବୁଧବାର)ରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି। ସ୍ଥାନୀୟ ଭୁବନେଶ୍ୱର (ଏକାମ୍ର) ବିଧାନସଭା ନିର୍ବାଚନମଣ୍ଡଳୀ ୬୨ ନଂ ୱାର୍ଡ ତଥା କାରଗିଲ ରୋଡ୍‌ ନିକଟସ୍ଥ ପଡିଆରୁ ପୂର୍ବାହ୍ନ ୧୧ଟା ୪୦ରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ। ଅନୁରୂପଭାବେ ଭାଜପା ପକ୍ଷରୁ ମଧ୍ୟ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ କରାଯାଉଛି। ରାଜ୍ୟର ସମସ୍ତ ସଂସଦୀୟ ଏବଂ ବିଧାନସଭା କ୍ଷେତ୍ରରେ ଏହା କରାଯିବ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ ଜିଲା ତେଲେଙ୍ଗାପେଣ୍ଠସ୍ଥିତ ଗାନ୍ଧୀ ସ୍ମୃତି ପୀଠରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ସେହିଭଳି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବୁଧବାର ପୂର୍ବାହ୍ନରେ ଜନତା ମଇଦାନରୁ କଂଗ୍ରେସ ଭବନ ଏକ ଶୋଭାଯାତ୍ରା ବାହାରିବ। ଏହାକୁ ପିସିସି ପ୍ରଭାରୀ ଜିତେନ୍ଦ୍ର ସିଂ ଉଦ୍‌ଘାଟନ କରିବେ। ସେହିପରି କଂଗ୍ରେସ ସେବାଦଳ ପକ୍ଷରୁ ବର୍ଷବ୍ୟାପୀ ବିଭିନ୍ନ ପଦଯାତ୍ରା କରାଯିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri