ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଚାଷ ଓ ଚାଷୀଙ୍କ ଉପରେ ସରକାର ବିଶେଷ ଗୁରୁତ୍ୱ ଦେଇଆସୁଛନ୍ତି। ଏବେ କୃଷି ବିଭାଗ ମୋ’ ସରକାରରେ ସାମିଲ ହେବା ଚାଷୀମାନଙ୍କ ସଶକ୍ତିକରଣ ପାଇଁ ବଳିଷ୍ଠ ପଦକ୍ଷେପ। ଚାଷୀଙ୍କ ଉନ୍ନତି ପାଇଁ କୃଷି ବିଭାଗ କର୍ମଚାରୀ ଓ ଅଧିକାରୀମାନେ ନିଷ୍ଠାର ସହ କାର୍ଯ୍ୟ କରିବା ଉଚିତ। ତେବେ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା ସେବା ସମ୍ପର୍କରେ ସେ ନିଜେ ବ୍ୟକ୍ତିଗତ ଭାବେ ଫୋନ କରି ପଚାରି ବୁଝିବେ। ଯଦି ଚାଷୀଙ୍କ ପ୍ରତିକ୍ରିୟା ଭଲ ରହେ ତେବେ କର୍ମଚାରୀମାନଙ୍କୁ ପ୍ରଶଂସାପତ୍ର ସହ ପ୍ରୋତ୍ସାହନ ଦିଆଯିବ। ଅପରପକ୍ଷେ ନକରାତ୍ମକ ପ୍ରତିକ୍ରିୟା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।

ଏନେଇ ପ୍ରତିକ୍ରିୟା ରଖି କୃଷି ସଚିବ ସୌରଭ ଗର୍ଗ କହିଛନ୍ତି, ଆଜିଠାରୁ ୫ଟି ଅଧୀନରେ କୃଷି ବିଭାଗ କାର୍ଯ୍ୟ କରିବ। ଚାଷୀମାନଙ୍କ ଅଭିଯୋଗର ସମାଧାନ କରାଯିବ। ପରେ ଚାଷୀମାନଙ୍କ ଫିଡ୍‌ବ୍ୟାକ୍‌ ଗ୍ରହଣ କରାଯିବ। ପୋଖରୀ ଖନନ କରାଯାଇ ଚାଷୀଙ୍କୁ ସ୍ବାବଲମ୍ବି କରାଯିବ। ଚାଷୀମାନଙ୍କ ଆୟ ଦ୍ୱିଗୁଣିତ କରିବାକୁ ଲକ୍ଷ୍ୟ ରହିଛି। କାଳିଆ ଗ୍ରିଭାନ୍ସ ପୋର୍ଟାଲରେ ଅଭିଯୋଗ ଚାଷୀ ଦାଖଲ କରିପାରିବେ ବୋଲି ସେ କହିଛନ୍ତି।

କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ, ବିଭାଗୀୟ ଉପଦେଷ୍ଟା, ମୁଖ୍ୟ ଶାସନ ସଚିବ, ବରିଷ୍ଠ ପଦାଧିକାରୀ ଓ ଭିଡିଓ କନ୍‌ଫରେନ୍ସିଂରେ ୩୦ଜିଲାର ଜିଲାପାଳ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri