Posted inଖେଳ

ଆଜିର ଦିନରେ କୋଟି କୋଟି ପ୍ରଶଂସକଙ୍କ ହୃଦୟ ଭାଙ୍ଗିଥିଲେ ସଚିନ

ନୂଆଦିଲ୍ଲୀ,୨୩।୩- ଠିକ୍‌ ୧୭ ବର୍ଷ ତଳେ ଅର୍ଥାତ ୨୦୦୩ ମାର୍ଚ୍ଚ ୨୩ ତାରିଖରେ ସଚିନ ତେନ୍ଦୁଲକରଙ୍କ ଯୋଗୁ ଭାଙ୍ଗି ଯାଇଥିଲା କୋଟି କୋଟି ଭାରତୀୟ ପ୍ରଶଂସକଙ୍କ ହୃଦୟ। ସେ ଦିନ ଜୋହାନ୍ସବର୍ଗର ଓ୍ବାଣ୍ଡର୍ସ ଷ୍ଟାଡିୟମ୍‌ରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା ୨୦୦୩ ଆଇସିସି ବିଶ୍ୱକପ୍‌ ଫାଇନାଲ। ଭାରତୀୟ ପ୍ରଶଂସକଙ୍କ ପୂରା ଭରସା ସଚିନଙ୍କ ଉପରେ ଥିଲା। ଦ୍ୱିତୀୟ ଥର ବିଶ୍ୱକପ୍‌ ଜିତିବା ପାଇଁ ଭାରତକୁ ଦରକାର ଥାଏ ୩୬୦ ରନ୍‌। ମାତ୍ର ପ୍ରଥମ ଓଭରରେ ହିଁ ପୂରା ଫର୍ମରେ ଥିବା ସଚିନ (୪) ଆଉଟ୍‌ ହୋଇଥିଲେ। ଆଉ ଭାଙ୍ଗି ଦେଇଥିଲେ ପ୍ରଶଂସକଙ୍କ ମନ। ପରେ ସେହ୍ବାଗ (୮୨) ଗୋଟିଏ ପକ୍ଷରେ ବ୍ୟାଟିଂ ଜାରି ରଖିଥିବାବେଳେ ଅନ୍ୟ ପକ୍ଷରେ ଉଇକେଟ ପତନ ଘଟିଥିଲା। ଫଳରେ ଭାରତ ୩୯.୨ ଓଭରରେ ୨୩୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ରାହୁଲ ଡ୍ରାଭିଡ୍‌ ୪୭ , ସୌରଭ ଗାଙ୍ଗୁଲି ୨୪ ଓ ଯୁବରାଜ ସିଂ ୨୪ ରନ୍‌ କରିଥିଲେ। ଅଷ୍ଟ୍ରେଲିଆ କ୍ରମାଗତ ଦ୍ୱିତୀୟ ଥର ବିଶ୍ୱକପ୍‌ ହାତେଇଥିଲା। ଇଭେଣ୍ଟରେ ସର୍ବାଧିକ ରନ୍‌ କରିଥିବା ସଚିନଙ୍କୁ ମ୍ୟାନ୍‌ ଅଫ୍‌ ଦି ସିରିଜ୍‌ ଲାଗି ଗୋଲ୍ଡେନ ବ୍ୟାଟ୍‌ ପ୍ରଦାନ କରାଯାଇଥିଲା। ପୂର୍ବରୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଧୂମ ଛେଚିଥିଲେ। ଅଧିନାୟକ ରିକି ପଣ୍ଟିଂ(୧୪୦*)ଙ୍କ ଶତକ ବଳରେ ଧାର୍ଯ୍ୟ ୫୦ ଓଭରରେ ୨ ଉଇକେଟ ହରାଇ ୩୫୯ ରନ୍‌ କରିଥିଲା। ଡାମିଏନ ମାର୍ଟିନ ୮୮, ଆଡାମ ଗିଲକ୍ରିଷ୍ଟ ୫୭ ଓ ମାଥ୍ୟୁ ହେଡେନ ୩୭ ରନ୍‌ କରି ଆଉଟ୍‌ ହୋଇଥିଲେ। ଭାରତ ପକ୍ଷରୁ କେବଳ ହରଭଜନ ସିଂ ୨ ଉଇକେଟ ନେଇଥିଲେ। ଜାହିର ଖାଁ, ଜାଭାଗଲ ଶ୍ରୀନାଥ ଓ ଆଶିଷ ନେହେରା ମିଳିତ ଭାବେ ୨୭ ଓଭରରେ ୨୧୧ ରନ୍‌ ବ୍ୟୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?