ଆଜି ଆଇଏଏସ୍‌ ଅଫିସର ସମ୍ମିଳନୀ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ସରକାରୀ ସେବା ବ୍ୟବସ୍ଥାକୁ କିପରି ଅଧିକ ଉନ୍ନତ କରାଯାଇପାରିବ ସେ ନେଇ ପ୍ରଥମଥର ଲାଗି ଶୁକ୍ରବାର ରାଜ୍ୟ ସରକାରଙ୍କ ବରିଷ୍ଠ ଆଇଏଏସ୍‌ ଅଧିକାରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ନିକଟରେ ନୂଆକରି ଉଦ୍‌ଘାଟିତ ହୋଇଥିବା ଲୋକସେବା କନ୍‌ଭେନସନ ସେଣ୍ଟରଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ଦିନତମାମ ଚାଲିବାକୁ ଥିବା ଏହି ବୈଠକରେ ଆସନ୍ତା ୫ବର୍ଷ ପାଇଁ ସରକାରୀ ସେବାକୁ ଅଧିକ କ୍ରୀୟାଶୀଳ କରିବା ନେଇ ରୋଡମ୍ୟାପ ପ୍ରସ୍ତୁତ ହେବ।
ମିଳିଥିବା ସୂଚନା ଅନୁଯାୟୀ ୬ ଜଣ ଆଇଏଏସ୍‌ ଅଫିସରଙ୍କୁ ନେଇ ଗୋଟିଏ ଲେଖାଏ ଗ୍ରୁପ ଗଠନ କରାଯାଇଛି। ପ୍ରତ୍ୟେକ ଗ୍ରୁପ ନିଜର ଆଭିମୁଖ୍ୟ ଉପସ୍ଥାପନ କରିବେ। ସେହିପରି ଜିଲାପାଳମାନେ ମଧ୍ୟ ୫ଟି ଦଳରେ ବିଭକ୍ତ ହୋଇ ଜିଲାସ୍ତରୀୟ ଉନ୍ନୟନ କାର୍ଯ୍ୟର ଏକ ବ୍ଲୁ ପ୍ରିିଣ୍ଟ ପ୍ରସ୍ତୁତ କରିଛନ୍ତି। ସେମାନେ ସମ୍ମିଳନୀରେ ଏହାକୁ ଉପସ୍ଥାପନ କରିବେ। ଏହି ସମ୍ମିଳନୀକୁ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ର ସମ୍ବୋଧିତ କରିବେ। ସମ୍ମିଳନୀରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା, ଉଚ୍ଚଶିକ୍ଷା, କୃଷି, ମହିଳା ସଶକ୍ତୀକରଣ, ମିଶନ୍‌ ଶକ୍ତି, ସ୍ବାସ୍ଥ୍ୟ ଆଦି ବିଭିନ୍ନ ବିଷୟରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ସମସ୍ତ ଜିଲାପାଳ ଓ ଆଇଏଏସ୍‌ ଅଫିସର ଏହି ସମ୍ମିଳନୀରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri