ଆଜି ଆସୁଛନ୍ତି ଉପରାଷ୍ଟ୍ରପତି: ସୁରକ୍ଷା ଦାୟିତ୍ୱରେ ୧୫ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ,୬।୧୦: ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡ଼ୁ ରବିବାର ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୦ଟା ୧୫ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇବେ। ସେଠାରୁ ସେ ସିଧା କିଟ୍‌ ବିଶ୍ୱବିଦ୍ୟାଳୟକୁ ଯାଇ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ରାଜଭବନକୁ ଯାଇ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୩ଟାରେ ଉପରାଷ୍ଟ୍ରପତି କଟକ ଯାଇ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଭୁବନେଶ୍ୱର ବିମାନବନ୍ଦରକୁ ଯିବେ। ଅପରାହ୍ନ ପ୍ରାୟ ୪ଟାରେ ସେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ଉପରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ରାଜ୍ୟପାଳ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ସ୍ବାଗତ କରିବେ। ଉପରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ଟୁଇନ ସିଟିରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଏଥିସହ ୧୦୦ ଜଣ ଅଫିସର ନିୟୋଜିତ ହେବେ। ବିଶେଷକରି ବିମାନବନ୍ଦରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଏଥିପାଇଁ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ କମିଶନରେଟ ପୋଲିସ ପକ୍ଷରୁ କାର୍‌କେଡ ରିହର୍ସଲ କରାଯାଇଛି। ଏଥିରେ ୭ଟି ଗାଡ଼ିି ସାମିଲ ହୋଇଥିଲା। ତନ୍ମଧ୍ୟରେ ଜାମର, ଆମ୍ବୁଲାନ୍ସ, ଡାକ୍ତରୀ ଦଳ, ଫାୟାର ଭ୍ୟାନ୍‌, ବୁଲେଟ ପ୍ରୁଫ୍‌ ଗାଡ଼ି ରହିଥିଲା। ବିମାନବନ୍ଦରରୁ କିଟ୍‌ ବିଶ୍ୱବିଦ୍ୟାଳୟ ଏବଂ ସେଠାରୁ ରାଜଭବନ ପର୍ଯ୍ୟନ୍ତ ଏହି ରହର୍ସଲ କରାଯାଇଥିଲା। ଏହାପରେ ରାଜଭବନରୁ କଟକର କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ରିହର୍ସଲ ହୋଇଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କଟକର ଶିଖରପୁରଠାରୁ ଇନ୍‌ଡୋର ଷ୍ଟାଡିୟମ ପର୍ଯ୍ୟନ୍ତ ରାସ୍ତାକୁ ସିଲ କରାଯିବା ସହ ଲୋକଙ୍କ ଯାତାୟତକୁ ବନ୍ଦ ରଖାଯିବ ବୋଲି ଡିସିପି ଅଖିଳେଶ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri