Posted inଜାତୀୟ

ଆଜି ଆସୁଛନ୍ତି ଚାଇନା ରାଷ୍ଟ୍ରପତି

ମାମଲାପୁରମ୍‌,୧୧-୧୦:(ପି.ଟି.):ଚାଇନା ରାଷ୍ଟ୍ରପତି ଜି. ଜିନ୍‌ପିଙ୍ଗ୍‌ ଶୁକ୍ରବାରଠାରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏଥିପାଇଁ ତାମିଲନାଡୁର ପୁରାତନ ଐତିହ୍ୟ ଉପକୂଳ ସହର ମାମଲାପୁରମ୍‌ରେ ବ୍ୟାପକ ପ୍ରସ୍ତୁତି ସାଙ୍ଗକୁ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଜିନ୍‌ପିଙ୍ଗଙ୍କର ହେବାକୁ ଥିବା ଏହି ଦ୍ୱିତୀୟ ଅନୌପଚାରିକ ସମିଟ୍‌ ଉପରେ ସମସ୍ତଙ୍କର ନଜର ରହିଛି। ମାମଲାପୁରମ୍‌ ସହ ଚାଇନାର ପୁରାତନ ସାଂସ୍କୃତିକ ଓ ବାଣିଜି୍ୟକ ସମ୍ପର୍କ ରହିଥିବାବେଳେ ଭାରତର ବିବିଧତାର ପ୍ରଦର୍ଶନ ଲାଗି ସମିଟ୍‌ ଆୟୋଜନ ନିମନ୍ତେ ଏହି ସ୍ଥାନକୁ ଚୟନ କରାଯାଇଛି। ସେଥିପାଇଁ ମାମଲାପୁରମ୍‌ରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୧୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମୋଦି ଏକ ସ୍ବତନ୍ତ୍ର ବିମାନରେ ଶୁକ୍ରବାର ଚେନ୍ନାଇ ଯାଇ ସେଠାରୁ ହେଲିକପ୍ଟର ଯୋଗେ ମାମଲାପୁରମ୍‌ ଯିବେ। ଶୁକ୍ରବାର ଅପରାହ୍ନ ୪ଟାରେ ଜିନ୍‌ପିଙ୍ଗ ଚେନ୍ନାଇରେ ପହଞ୍ଚତ୍ ଏକ ହୋଟେଲରେ ରହିବେ ଓ ସେଠାରୁ ସଡ଼କ ପଥରେ ସମିଟ୍‌ ସ୍ଥଳକୁ ଯିବେ। ଜିନ୍‌ପିଙ୍ଗଙ୍କ ସ୍ବାଗତ ଲାଗି ତାମିଲନାଡୁ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି। ତାମିଲନାଡୁ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତ, ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ବାମୀ ଓ ଅନ୍ୟ ନେତାମାନେ ବିମାନବନ୍ଦରରେ ଜିନ୍‌ପିଙ୍ଗଙ୍କୁ ସ୍ବାଗତ କରିବେ। ପ୍ରଧାନମନ୍ତ୍ରୀଙ୍କ ସହ ଜିନ୍‌ପିଙ୍ଗ ସେଠାରେ ଥିବା ଦର୍ଶନୀୟ ସ୍ଥାନ ଅର୍ଜୁନଙ୍କ ତପସ୍ୟା, ପଞ୍ଚରଥ ଏବଂ ମହାବଳିପୁରମ୍‌ର ଶୋର୍‌ ଟେମ୍ପୁଲ୍‌ ( ଉପକୂଳ ମନ୍ଦିର)ପରିଦର୍ଶନ କରିବା ସହ କଳାକ୍ଷେତ୍ର ଫାଉଣ୍ଡେଶନ୍‌ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିବେ। ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଆୟୋଜିତ ନୈଶଭୋଜିରେ ଚାଇନା ରାଷ୍ଟ୍ରପତି ଯୋଗଦେବେ। ଶନିବାର ଦୁଇନେତାଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ସାଙ୍ଗକୁ ସୀମିତ ପ୍ରତିନିଧି ସ୍ତରୀୟ ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri