ଆଜି ଉଦ୍‌ଘାଟନ ହେବ ମେଡିକାଲର ୨ ୱାର୍ଡ

ଅନୁଗୋଳ ଅଫିସ, ୧୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଜେରିଆଟିକ୍‌ ଓ ଚକ୍ଷୁ ବିଭାଗର ଦୁଇଟି ୱାର୍ଡ ଉଦ୍‌ଘାଟନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂହ ଏହାର ଉଦ୍‌ଘାଟନ କରିବେ। ତେବେ ନାମ ଫଳକରେ ଢେଙ୍କାନାଳ-ଅନୁଗୋଳ ଏମ୍‌ପି ମହେଶ ସାହୁଙ୍କ ନାଁ ନ ଥିବାରୁ ଶନିବାର ରାତିରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ଏମ୍‌ପିଙ୍କ ସମର୍ଥକମାନେ ହୋ ହଲ୍ଲା କରିବାରୁ ଫଳକ ଲଗାଯିବା କାର୍ଯ୍ୟ ଅଧାରୁ ବନ୍ଦ ରହିଥିଲା। ପରେ ନୂଆ ଫଳକ ନିର୍ମାଣ ହୋଇ ଆସି ଦୁଇଟି ୱାର୍ଡ଼ର ମୁଖ୍ୟ ଫାଟକ କାନ୍ଥରେ ଲଗାଯାଇଛି। ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ହୃଦାନନ୍ଦ ଶତପଥୀ ଘଟଣାସ୍ଥଳକୁ ଆସିଥିଲେ। ଏ ନେଇ ପୂର୍ତ୍ତ ବିଭାଗ ଅଧିକାରୀ ଶତପଥୀ କହିଛନ୍ତି, ଏମ୍‌ପିଙ୍କ ନାମ ନ ଥିବା ଫଳକ ଆସିଥିଲା। କିନ୍ତୁ ଲଗାଯାଇ ନ ଥିଲା। ପରବର୍ତ୍ତୀ ସମୟରେ ଏହାକୁ ବଦଳା ଯାଇଛି। ଏମ୍‌ପି ନାମ ଥିବା ଫଳକ ଆସିବା ପରେ ତାଙ୍କ ସମର୍ଥକମାନେ ଶାନ୍ତ ପଡିଥିଲେ। ଏ ସମ୍ପର୍କରେ ଏମ୍‌ପି ସାହୁ କହିଛନ୍ତି, କୌଣସି ରାଜନୈତିକ ଦ୍ୱନ୍ଦ୍ୱ ନାହିଁ। ଓ୍ବାର୍ଡ ଉଦ୍‌ଘାଟନ ବିଷୟରେ ତାଙ୍କୁ ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇ ନ ଥିଲା। ସମର୍ଥକଙ୍କଠାରୁ ଖବର ପାଇଛି। ଦିଲ୍ଲୀରୁ ଫେରିଲେ ଘଟଣା ବିଷୟରେ ବୁଝିବି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri