Posted inଜାତୀୟ

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ଭାଜପା ନେତୃବୃନ୍ଦ ରବିବାର ଏକାଧିକ ବୈଠକ କରିଛନ୍ତି। ଗୁରୁଗ୍ରାମ ନିକଟ ମାନେସାରଠାରେ ଭାଜପା ବିଧାୟକମାନେ ରହିଛନ୍ତି। ସକାଳେ ଭାଜପା ନେତାମାନେ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟିଥିଲେ। ସେମାନଙ୍କ ସହ ଶିବରାଜ ସିଂ ଚୌହାନ, ଧର୍ମେନ୍ଦ୍ର ପ୍ରଧାନ ଓ ଭାଜପାରେ ସାମିଲ ହୋଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଥିଲେ। ପରେ ସମସ୍ତେ ଅମିତ୍‌ ଶାହାଙ୍କ ବାସଭବନକୁ ଯାଇ ବୈଠକ କରିଥିଲେ। ଏହାପରେ ସେମାନେ ମଧ୍ୟପ୍ରଦେଶ ରାଜନୈତିକ ଅଚଳାବସ୍ଥାର ଆଇନଗତ ଦିଗକୁ ନେଇ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କ ସହ ଆଲୋଚନା କରିଥିଲେ। ଆସ୍ଥାଭୋଟ ପୂର୍ବରୁ ବିଧାୟକମାନେ ଭୋପାଳରେ ଉପସ୍ଥିତ ରହିବାକୁ କଂଗ୍ରେସ ଓ ଭାଜପା ପକ୍ଷରୁ ହୁଇପ୍‌ ଜାରି ହୋଇଛି।
ଜୟପୁରରେ ଥିବା ୯୪ କଂଗ୍ରେସ ବିଧାୟକ ରବିବାର ଭୋପାଳ ଫେରିଛନ୍ତି। ବିମାନବନ୍ଦରରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଥିଲା। ସେମାନଙ୍କୁ ମାରିଅଟ୍‌ ହୋଟେଲରେ ରଖାଯାଇଛି। ଆସ୍ଥାଭୋଟ ଶେଷହେବା ପର୍ଯ୍ୟନ୍ତ ସେମାନେ ଉକ୍ତ ହୋଟେଲରେ ରହିବେ। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ଭୋପାଳ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି।
ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେଇଥିବାବେଳେ ତାଙ୍କ ସମର୍ଥକ ୨୨ ବିଧାୟକ ଇସ୍ତଫା ଦେବାରୁ କମଲନାଥ ସରକାର ସଙ୍କଟର ସମ୍ମୁଖୀନ ହୋଇଛି। ଇସ୍ତଫା ଦେଇଥିବା ୬ ଜଣ ମନ୍ତ୍ରୀଙ୍କୁ ବହିଷ୍କାର କରାଯିବା ସହ ସେମାନଙ୍କ ସଭ୍ୟପଦ ରଦ୍ଦ କରାଯାଇଛି। ସୋମବାର ବିଧାନସଭାର ବଜେଟ ଅଧିବେଶନ ଥିବାରୁ ଏହା ପୂର୍ବରୁ ଆସ୍ଥାଭୋଟର ସମ୍ମୁଖୀନ ହେବା ପାଇଁ ରାଜ୍ୟପାଳ ଲାଲଜୀ ଟଣ୍ଡନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ପରାମର୍ଶ ଦେଇଥିଲେ। ୨୨୮ ସଦସ୍ୟ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭାରେ ୬ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପରେ ସଂଖ୍ୟା ୨୨୨କୁ ଖସିଆସିଛି। ସରକାର ବଞ୍ଚାଇବାକୁ ହେଲେ କଂଗ୍ରେସକୁ ୧୧୨ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri