Posted inଜାତୀୟ

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ଭାଜପା ନେତୃବୃନ୍ଦ ରବିବାର ଏକାଧିକ ବୈଠକ କରିଛନ୍ତି। ଗୁରୁଗ୍ରାମ ନିକଟ ମାନେସାରଠାରେ ଭାଜପା ବିଧାୟକମାନେ ରହିଛନ୍ତି। ସକାଳେ ଭାଜପା ନେତାମାନେ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟିଥିଲେ। ସେମାନଙ୍କ ସହ ଶିବରାଜ ସିଂ ଚୌହାନ, ଧର୍ମେନ୍ଦ୍ର ପ୍ରଧାନ ଓ ଭାଜପାରେ ସାମିଲ ହୋଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଥିଲେ। ପରେ ସମସ୍ତେ ଅମିତ୍‌ ଶାହାଙ୍କ ବାସଭବନକୁ ଯାଇ ବୈଠକ କରିଥିଲେ। ଏହାପରେ ସେମାନେ ମଧ୍ୟପ୍ରଦେଶ ରାଜନୈତିକ ଅଚଳାବସ୍ଥାର ଆଇନଗତ ଦିଗକୁ ନେଇ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କ ସହ ଆଲୋଚନା କରିଥିଲେ। ଆସ୍ଥାଭୋଟ ପୂର୍ବରୁ ବିଧାୟକମାନେ ଭୋପାଳରେ ଉପସ୍ଥିତ ରହିବାକୁ କଂଗ୍ରେସ ଓ ଭାଜପା ପକ୍ଷରୁ ହୁଇପ୍‌ ଜାରି ହୋଇଛି।
ଜୟପୁରରେ ଥିବା ୯୪ କଂଗ୍ରେସ ବିଧାୟକ ରବିବାର ଭୋପାଳ ଫେରିଛନ୍ତି। ବିମାନବନ୍ଦରରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଥିଲା। ସେମାନଙ୍କୁ ମାରିଅଟ୍‌ ହୋଟେଲରେ ରଖାଯାଇଛି। ଆସ୍ଥାଭୋଟ ଶେଷହେବା ପର୍ଯ୍ୟନ୍ତ ସେମାନେ ଉକ୍ତ ହୋଟେଲରେ ରହିବେ। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ଭୋପାଳ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି।
ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେଇଥିବାବେଳେ ତାଙ୍କ ସମର୍ଥକ ୨୨ ବିଧାୟକ ଇସ୍ତଫା ଦେବାରୁ କମଲନାଥ ସରକାର ସଙ୍କଟର ସମ୍ମୁଖୀନ ହୋଇଛି। ଇସ୍ତଫା ଦେଇଥିବା ୬ ଜଣ ମନ୍ତ୍ରୀଙ୍କୁ ବହିଷ୍କାର କରାଯିବା ସହ ସେମାନଙ୍କ ସଭ୍ୟପଦ ରଦ୍ଦ କରାଯାଇଛି। ସୋମବାର ବିଧାନସଭାର ବଜେଟ ଅଧିବେଶନ ଥିବାରୁ ଏହା ପୂର୍ବରୁ ଆସ୍ଥାଭୋଟର ସମ୍ମୁଖୀନ ହେବା ପାଇଁ ରାଜ୍ୟପାଳ ଲାଲଜୀ ଟଣ୍ଡନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ପରାମର୍ଶ ଦେଇଥିଲେ। ୨୨୮ ସଦସ୍ୟ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭାରେ ୬ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପରେ ସଂଖ୍ୟା ୨୨୨କୁ ଖସିଆସିଛି। ସରକାର ବଞ୍ଚାଇବାକୁ ହେଲେ କଂଗ୍ରେସକୁ ୧୧୨ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri