ଆଜି କାର୍ତ୍ତିକ ପୂର୍ଣ୍ଣିମା

ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରତ୍ନସିଂହାସନରେ ଠାକୁରମାନଙ୍କ ଦୁଲର୍‌ଲଭ ସୁନାବେଶ ଦର୍ଶନ ଲାଗି ପ୍ରାୟ ୩ ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବ ବୋଲି ପ୍ରଶାସନ ଆକଳନ କରିଛି। ସୋମବାର ଅପରାହ୍ନରୁ ପୁରୀକୁ ଭକ୍ତଙ୍କ ଆଗମନ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ବ୍ୟବସ୍ଥା ନିୟନ୍ତ୍ରଣ, ଭକ୍ତଙ୍କ ସୁରକ୍ଷିତ ସ୍ନାନ, ଡଙ୍ଗାଭସା ଓ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଲାଗି ମୋଟ ୪୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ।
ବିଶେଷକରି ଶ୍ରୀମନ୍ଦିରରେ ପ୍ରବଳ ଗହଳିକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗହଳି ନିୟନ୍ତ୍ରଣ ପାଇଁ ଏକମୁଖୀ ପ୍ରବେଶ ବ୍ୟବସ୍ଥା ଲାଗୁ କରାଯିବ। ଅର୍ଥାତ୍‌ ଭକ୍ତମାନେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଦର୍ଶନ ସାରି ଆନନ୍ଦ ବଜାରକୁ ଯାଇପାରିବେ। ଭିତର ବେଢା ବୁଲିସାରିବା ପରେ ଅନ୍ୟ ତିନିଦ୍ୱାର ଦେଇ ବାହାରିବେ। ମନ୍ଦିର ଭିତର ଗହଳି ସିଂହଦ୍ୱାରଠାରୁ ନିୟନ୍ତ୍ରଣ କରାଯିବ ଅର୍ଥାତ୍‌ ଭକ୍ତମାନଙ୍କୁ ସିଂହଦ୍ୱାରରୁ ନିୟନ୍ତ୍ରଣ କରାଯାଇ ଭିତରକୁ ଛଡ଼ାଯିବ। ସେହିପରି ସ୍ବତନ୍ତ୍ର ନୀତି ବେଳେ ଦର୍ଶନ ବନ୍ଦ ରହିବା ନେଇ ଡାକବାଜି ଯନ୍ତ୍ର ଯୋଗେ ଶ୍ରଦ୍ଧାଳୁଙ୍କୁ ସଚେତନ କରିବା ଲାଗି ମଧ୍ୟ ବ୍ୟବସ୍ଥା ହୋଇଛି। ବରିଷ୍ଠ ନାଗରିକ, ମହିଳା ଏବଂ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସହରକୁ ସଂଯୋଗ କରୁଥିବା ପ୍ରତ୍ୟେକ ରାସ୍ତାର ପ୍ରବେଶ ପଥରେ ଟ୍ରାଫିକ ନିୟନ୍ତ୍ରଣ କରାଯିବ। ଏ ସମ୍ପର୍କରେ ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି, କାର୍ତ୍ତିକ ପୂର୍ଣ୍ଣିମାରେ ବିଗତ ବର୍ଷଗୁଡ଼ିକ ଭଳି ଭକ୍ତଙ୍କ ଭିଡ଼ ହେବ ବୋଲି ଆଶା କରୁଛୁ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୪୦ ପ୍ଲାଟୁନ ଫୋର୍ସ ଏବଂ ୧୦୦ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ବଡ଼ିଭୋରୁ ସମୁଦ୍ର ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଲୋକେ ଡଙ୍ଗା ଭସାଇବେ। ଏହାକୁ ଦୃଷ୍ଟିରେ ରଖି ସମୁଦ୍ରକୂଳ, ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା ପ୍ରଭୃତି ତୀର୍ଥ ପୁଷ୍କରିଣୀରେ ଫୋର୍ସ ମୁତୟନ କରାଯାଇଛି। ସେହିପରି ଟ୍ରାଫିକ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ମଧ୍ୟ ପଦକ୍ଷେପ ନିଆଯାଇଛି। ବିଗତ ବର୍ଷଗୁଡ଼ିକରେ ବଡ଼ଦାଣ୍ଡ ଉଭୟ ପାର୍ଶ୍ୱରେ ବାଇକ୍‌ ପାର୍କିଂ କରାଯାଉଥିଲା। ଏଥର ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ପ୍ଲେକ୍ସ ପରିସରରେ ବାଇକ୍‌ଗୁଡ଼ିକ ପାର୍କିଂ କରାଯିବ। ସେହିପରି ପୁରୁଣା ଜେଲ୍‌, ଜଗନ୍ନାଥ ବଲ୍ଲଭ ପରିସରରେ ଚାରିଚକିଆ ଯାନ ପାର୍କିଂ ହେବ। ଯଦି ଅଧିକ ଗାଡ଼ିି ଆସିବ ତେବେ ତାଳବଣିଆ କିମ୍ବା ମଙ୍ଗଳାଘାଟରେ ପାର୍କିଂ କରାଯିବ ସେ ନେଇ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri