ଆଜି କୁଳଭୂଷଣଙ୍କୁ ମିଳିବ ଦୂତାବାସ ସହାୟତା

ନୂଆଦିଲ୍ଲୀ/ଇସ୍‌ଲାମାବାଦ୍‌, ୨।୮(ଆଇଏଏନ୍‌ଏସ୍‌):ପାକିସ୍ତାନୀ ଜେଲ୍‌ରେ ବନ୍ଦୀ ଥିବା ଭାରତୀୟ ନାଗରିକ କୁଳଭୂଷଣ ଯାଦବଙ୍କୁ ଦୂତାବାସ ସହାୟତା ଯୋଗାଇଦେବାକୁ ପାକିସ୍ତାନ ରାଜି ହୋଇଛି। ତାଙ୍କୁ ଏହି ସହାୟତା ଦେବାକୁ ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ ନିର୍ଦ୍ଦେଶ ଦେବାର ୧୫ ଦିନ ପରେ ପାକିସ୍ତାନ ଏପରି ନିଷ୍ପତ୍ତି ନେଇଥିବା ବିଷୟ ଭାରତକୁ ଅବଗତ କରାଇଛି। ପାକିସ୍ତାନ ଏଭଳି ପ୍ରସ୍ତାବ ଦେଇଥିବା ଭାରତ ଗୁରୁବାର ସୁନିଶ୍ଚିତ କରାଇଛି। ଏ ସଂକ୍ରାନ୍ତରେ କୂଟନୈତିକ ସ୍ତରରେ ଇସଲାମାବାଦ ସହ ଯୋଗାଯୋଗ କରାଯିବ ବୋଲି ଭାରତ କହିଛି।
କୁଳଭୂଷଣଙ୍କୁ ଦୂତାବାସ ସହାୟତା ଯୋଗାଇଦେବାକୁ ପାକିସ୍ତାନ କିଛି ସର୍ତ୍ତ ରଖିଛି। ଯାଦବ ଓ ଭାରତୀୟ ଅଫିସରଙ୍କ ମଧ୍ୟରେ କଥାବାର୍ତ୍ତା ବେଳେ ପାକିସ୍ତାନର ଜଣେ ଅଫିସର ଉପସ୍ଥିତ ରହିବେ ବୋଲି ସର୍ତ୍ତ ରଖାଯାଇଥିବାବେଳେ ଆଇସିଜେଙ୍କ ରାୟ ପରିପ୍ରେକ୍ଷୀରେ ପାକିସ୍ତାନର ପ୍ରସ୍ତାବକୁ ଭାରତ ପରୀକ୍ଷା ନିରୀକ୍ଷା କରି ଦେଖୁଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର ନୂଆଦିଲ୍ଲୀଠାରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପାକିସ୍ତାନ ବୈଦେଶିକ ଦପ୍ତର ମୁଖପାତ୍ର ମହମ୍ମଦ ଫୈଜାଲ ଖବରଦାତାଙ୍କ ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ କହିଛନ୍ତି, ଶୁକ୍ରବାର ଦୂତାବାସ ସହାୟତା ପାଇଁ ଭାରତୀୟ ହାଇକମିଶନରଙ୍କୁ ଅବଗତ କରାଯାଇଛି। ତେବେ ଏ ଦିଗରେ ଭାରତର ଉତ୍ତରକୁ ଅପେକ୍ଷା କରାଯାଇଛି। ଭାରତୀୟ ନାଗରିକ କୁଳଭୂଷଣ ଯାଦବଙ୍କୁ ପାକିସ୍ତାନ ଇରାନ୍‌ରୁ ଧରିଆଣି ଭାରତ ପାଇଁ ଗୁପ୍ତଚର ବୃତ୍ତି କରୁଥିବା ଅଭିଯୋଗରେ ସାମରିକ ଜେଲ୍‌ରେ ବନ୍ଦୀ କରି ରଖିଛି। ଭିଏନା ଚୁକ୍ତି ଅନୁଯାୟୀ ଯାଦବଙ୍କୁ ଦୂତାବାସ ସହାୟତା ଯୋଗାଇ ଦିଆଯିବାର ଥିଲେ ହେଁ ପାକିସ୍ତାନ ଏହାକୁ ବାରମ୍ବାର ପ୍ରତ୍ୟାଖ୍ୟାନ କରିଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri