ଆଜି କୋର୍ଟରେ ହାଜର ହେବେ ନୀରବ ମୋଦି

ନୂଆଦିଲ୍ଲୀ,୩୦-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଗୁରୁବାର ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ଅଦାଲତରେ ହାଜର କରାଯିବ। ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପିଏନ୍‌ବି ମହାଠକେଇ ମାମଲାରେ ଭାରତକୁ ପ୍ରତ୍ୟର୍ପଣ କରାଯିବା ନେଇ ଶୁଣାଣି ହେଉଛି। ଇତିମଧ୍ୟରେ ଓ୍ବେଷ୍ଟମିନିଷ୍ଟର ମାଜିଷ୍ଟ୍ରେଟ୍‌ ଅଦାଲତରେ ଗତ ଶୁଣାଣି ବେଳେ ବିଚାରପତି ଚିଫ୍‌ ମାଜିଷ୍ଟ୍ରେଟ୍‌ ଏମ୍ମା ଆର୍ବୁଥନଟ୍‌ ୪୮ ବର୍ଷୀୟ ମୋଦିଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ତାଙ୍କୁ ଏବେ ଦକ୍ଷିଣ-ପଶ୍ଚିମ ଲଣ୍ଡନର ଓ୍ବାଣ୍ଡ୍‌ସଓ୍ବର୍ଥ ଜେଲ୍‌ରେ ରଖାଯାଇଛି। କ୍ରମାଗତ ୩ ଥର ମୋଦିଙ୍କ ଜାମିନ ଆବେଦନ ଖାରଜ ହୋଇସାରିଲାଣି। ଗୁରୁବାର ବିଚାରପତି ଆର୍ବୁଥନଟ ପ୍ରତ୍ୟର୍ପଣ ସମ୍ପର୍କିତ ମାମଲାର ଶୁଣାଣି ଲାଗି ସମୟସୀମା ଧାର୍ଯ୍ୟ କରିପାରନ୍ତି। ଏଥିପୂର୍ବରୁ ବିଚାରପତି ମୋଦିଙ୍କ ଜାମିନ ଆବେଦନକୁ ନାମଞ୍ଜୁର କରି ଦର୍ଶାଇଥିଲେ ଯେ, ମହାଠକେଇ ବଡ଼ ମାତ୍ରାରେ ହୋଇଛି। ଏଭଳି ଅବସ୍ଥାରେ ଜାମିନ ଲାଗି ଆବେଦନ କରାଯାଇଛି। ଜାମିନ ରାଶି ଦୁଇଗୁଣା କରି ୨୦ ଲକ୍ଷ ପାଉଣ୍ଡ କରାଯିବାକୁ ମଧ୍ୟ ପ୍ରସ୍ତାବ ଦିଆଯାଇଛି। ଏହାସତ୍ତ୍ୱେ ଅଭିଯୁକ୍ତଙ୍କ ଆମତ୍ସମର୍ପଣ ନେଇ ଚିନ୍ତା ଦୂର ହେଉନାହିଁ। ଇଣ୍ଟରପୋଲର ରେଡକର୍ନର ନୋଟିସ୍‌ ଓ ପ୍ରତ୍ୟର୍ପଣ ଓ୍ବାରେଣ୍ଟ ବଳରେ ଲଣ୍ଡନ ପୋଲିସ ମୋଦିଙ୍କୁ ମେଟ୍ରୋ ବ୍ୟାଙ୍କରୁ ଗିରଫ କରିଥିଲା। ସେ ସେତେବେଳେ ଏହି ବ୍ୟାଙ୍କରେ ଏକ ଆକାଉଣ୍ଟ ଖୋଲିବାକୁ ପ୍ରୟାସ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri