ଆଜି କ୍ୟାବିନେଟ୍‌, ଆସିବ ୫ ପ୍ରସ୍ତାବ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୫ଟା ୩୦ମିନିଟ୍‌ରେ ବସିବାକୁ ଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିବ। ତେବେ ସ୍କୁଲ ଓ ଗଣଶିକ୍ଷା ବିଭାଗ, ସ୍ବାସ୍ଥ୍ୟ, ପୂର୍ତ୍ତ, ପଞ୍ଚାୟତିରାଜ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ପ୍ରସ୍ତାବକୁ ଏଥିରେ ମଞ୍ଜୁରୀ ଦିଆଯିବ ବୋଲି ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତିରାଜ ବିଭାଗ ହାତରେ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବାଣ୍ଟିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକୁ ଅଧିକ ସଶକ୍ତ ତଥା କ୍ରିୟାଶୀଳ କରିବା ସଙ୍ଗେସଙ୍ଗେ ଗ୍ରାମାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ ଓ ପାନୀୟ ଜଳ ସମ୍ବନ୍ଧୀୟ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ବିତ କରିବା ସକାଶେ ସରକାର ପଦକ୍ଷେପ ନେବା ପାଇଁ ଘୋଷଣା କରିଛନ୍ତି। ଅର୍ଥ ଆୟୋଗଙ୍କ ଅନୁଦାନ ବିନିଯୋଗ ଦିଗରେ ନୂଆ ପ୍ରସ୍ତାବ କ୍ୟାବିନେଟ୍‌ରେ ଆସିବାକୁ ଯାଉଥିବା ସୂଚନା ମିଳିଛି। ସେହି ଅନୁସାରେ ଗ୍ରାମପଞ୍ଚାୟତସ୍ତରରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର, ଏଇ.ଆଇ. ସେଣ୍ଟର ଏ.ଏନ.ଏମ୍‌. କେନ୍ଦ୍ର ଇତ୍ୟାଦିର ମରାମତି ଏବଂ ରକ୍ଷଣାବେକ୍ଷଣ ଆଦି ରାଜ୍ୟ ତଥା କେନ୍ଦ୍ରୀୟ ଅର୍ଥ ଆୟୋଗ ଅନୁଦାନ ସହ ଏମ୍‌ଜିଏନଆରଜିଏ ପାଣ୍ଠିରୁ କରାଯିବ। ଏହା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ।ସେହିପରି ଶିକ୍ଷା ଭିତ୍ତିଭୂମି ବିକାଶ ଦିଗରେ ସରକାର ଏକ ନୂଆ ପ୍ରସ୍ତାବ ଆଣିବେ। ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରୁ ଗୋଟିଏ ଲେଖା ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶ କରାଯାଇ ଏହାର ଆଧୁନିକୀକରଣ କରାଯିବ। ଏଥିପାଇଁ ପ୍ରତ୍ୟେକ ସ୍କୁଲ ଲାଗି ପ୍ରାୟ ୫୦ଲକ୍ଷ ଟଙ୍କାର ଅନୁଦାନ ବରାଦ କରାଯିବ। ସେହିପରି ସେହି ବିଦ୍ୟାଳୟଗୁଡିକରେ ଖାଲି ଥିବା ଶିକ୍ଷକ ପଦବୀକୁ ମଧ୍ୟ ପୂରଣ କରାଯିବ। ଏହି ସ୍କୁଲଗୁଡିକର ସମ୍ପତ୍ତି ପଞ୍ଚାୟତ ସମିତି ଖାତାରେ ହିସାବ କରାଯିବ। ତେବେ ସୂଚନାଯୋଗ୍ୟ ଯେ, ଏ ସମ୍ପର୍କରେ ବିଧାନସଭାରେ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜାନ ଦାଶ ଉତ୍‌ଥାପିତ କରିଛନ୍ତି। ଅନ୍ୟପଟେ ଏନେଇ ରାଜ୍ୟର ସମସ୍ତ ବିଧାୟକ ଏବଂ ସରପଞ୍ଚଙ୍କୁ ମଧ୍ୟ ସେ ଚିଠି ଲେଖିଥିଲେ। ଅନ୍ୟପଟେ ଗ୍ରାମପଞ୍ଚାୟତ ଅଧୀନରେ ବିକାଶ କାର୍ଯ୍ୟ ହେବାକୁ ଥିବା ଏଏନ୍‌ଏମ ସେଣ୍ଟର ସମ୍ପର୍କିତ ଏକ ପ୍ରସ୍ତାବ ମଧ୍ୟ କ୍ୟାବିନେଟ୍‌ର ଅନୁମୋଦନ ଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri