ଆଜି ଗଣଶିକ୍ଷା ବିଭାଗ ଆଣିବ ମଧୁ ଆପ୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ମଧୁ ଆପ୍‌କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟନ କରାଯିବ। ଉତ୍କଳମଣି ମଧୁସୂଦନ ଦାସଙ୍କ ନାମରେ ଏହି ଆପ୍‌ଟିକୁ ନାମିତ କରାଯାଇଛି। ଏହି ଆପ୍‌ ପ୍ରଥମେ ଗଞ୍ଜାମ ଜିଲା ଲାଗି କାର୍ଯ୍ୟକାରୀ କରାଯାଉଛି। ଗଞ୍ଜାମ ଜିଲାପାଳ ଏହି ଆପ୍‌ ଗଠନ କରିଛନ୍ତି। ଏହି ଆପ୍‌ ଜରିଆରେ ସ୍କୁଲ ପିଲାମାନେ ସିଧାସଳଖ ନିଜ ବହିର ଯେକୌଣସି ବିଷୟ ସମ୍ପର୍କରେ ବୁଝି ନ ପାରିବେ ତା’ର ସମାଧାନ ପାଇଯିବେ। ଏହି ଆପ୍‌ରେ ପିଲାମାନେ ସିଲାବସ୍‌ ସମ୍ପର୍କିତ ସମସ୍ତ ପାଠ୍ୟପୁସ୍ତକରେ ଉପଲବ୍ଧ ପାଠକୁ ଭିଡିଓ ମାଧ୍ୟମରେ ଦେଖି ବୁଝିପାରିବେ। ସବୁ ବିଷୟର ପ୍ରଶ୍ନ ଉତ୍ତରକୁ ଜଣେ ଲେଖା ଶିକ୍ଷକ ବୁଝାଉଥିବାର ଭିଡିଓ ଏହି ଆପ୍‌ରେ ମାରିଲେ ତାହା ଚାଲିଆସିବ। ଏହାଦ୍ୱାରା ଛାତ୍ରୀଛାତ୍ରମାନେ ପଢିବା ସହିତ ଇଲର୍ନିଂ କରିପାରିବେ ଏବଂ ଉକ୍ତ ଆପ୍‌ ମାଧ୍ୟମରେ ଦୁଇଟି ପ୍ରଶ୍ନୋତ୍ତର ସେଟ୍‌ ପାଇବେ। ତାକୁ କରିବାପରେ ନିଜ ମାର୍କିଂ ସମ୍ପର୍କରେ ମଧ୍ୟ ଜାଣିପାରିବେ। ଏହାଦ୍ୱାରା ପିଲାଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ପାଇପାରିବ ବୋଲି ବିଭାଗର ଜଣେ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷରେ ଏହି ଉଦ୍‌ଘାଟନୀ ଉତ୍ସବରେ ବିଭାଗୀୟ ମନ୍ତ୍ରୀ, ସଚିବ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିବେ। ଯଦି ଏହି ଆପ୍‌ ସଫଳ ହୁଏ ତେବେ ପର୍ଯ୍ୟାୟକ୍ରମେ ସମସ୍ତ ଜିଲାରେ ଉପଲବ୍ଧ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଲିଗଲା ଆତଙ୍କ

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?