ଆଜି ଘରୋଇ କଲେଜ ଅଧ୍ୟକ୍ଷଙ୍କ ସହ ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟର ପ୍ରାୟ ୧ ହଜାର ଘରୋଇ ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏବଂ ବିଭାଗୀୟ ସଚିବ ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ଉପରେ ବିଶେଷ ଗୁରୁତ୍ୱ ଦେବା ପାଇଁ କଲେଜ ଅଧ୍ୟକ୍ଷଙ୍କୁ କୁହାଯିବା ସହ ଆହୁରି ଅନେକ ପଦକ୍ଷେପ ନେବା ପାଇଁ ଆଲୋଚନା କରାଯିବ ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଏହି ଆଲୋଚନା ସମୟରେ, କଲେଜରେ ଛାତ୍ରୀଛାତ୍ରଙ୍କ ୭୫ପ୍ରତିଶତ ଉପସ୍ଥିତି ଉପରେ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯିବ। ଏହାସହ ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ(ରୁଷା) ପାଣ୍ଠିରୁ କେଉଁ କଲେଜ କେତେ ଟଙ୍କା ପାଇଛନ୍ତି ଏବଂ ସେହି ଅର୍ଥକୁ କେଉଁ ବାବଦରେ ଖର୍ଚ୍ଚ କରିଛନ୍ତି ସେନେଇ ମଧ୍ୟ ଆଲୋଚନା କରାଯିବ ବୋଲି ଜଣାପଡିଛି। ଏ କ୍ଷେତ୍ରରେ ଯଦି କୌଣସି କଲେଜ କର୍ତ୍ତୃପକ୍ଷ ଦୁର୍ନୀତି କରିଥିବେ ତା’ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ବିଭାଗ ଚିନ୍ତା କରିଛି। ଏତଦ୍‌ବ୍ୟତୀତ କଲେଜରେ ଯଦି ଛାତ୍ରୀଛାତ୍ର ଅନୁପସ୍ଥିତ ରହୁଥିବେ ତେବେ ସେନେଇ ପ୍ରୋଟୋକଲ ସିଷ୍ଟମ ଗ୍ରହଣ କରାଯିବ। ସେମାନଙ୍କ ଅନୁପସ୍ଥିତି ସମ୍ପର୍କରେ ଅଭିଭାବକମାନଙ୍କୁ ଜଣାଇବା ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ମଧ୍ୟ ବିଭାଗ ଚିନ୍ତା କରିଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ଯେପରି ଶିକ୍ଷକ ଏବଂ ଅଭିଭାବକମାନଙ୍କ ବୈଠକ କରୁଛି ପ୍ରାୟ ସେହିଭଳି ବ୍ୟବସ୍ଥା ହେବ। ଶିକ୍ଷକ ଏବଂ ଅଭିଭାବକ ବୈଠକ ଯଦିଓ ହେବ ନାହିଁ ପିଲାଙ୍କ ଅନୁପସ୍ଥିତି ସମ୍ପର୍କରେ ଘରକୁ ଜଣାଇବାର ଏକ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଅନ୍ୟପଟେ ଶିକ୍ଷକ ଏବଂ ଅଭିଭାବକମାନଙ୍କ କାଉନସେଲିଂ ହେବା ନେଇ ମଧ୍ୟ ଯୋଜନା ରହିଛି। ଉପରୋକ୍ତ ପ୍ରସଙ୍ଗ ଉପରେ କଲେଜ ଅଧ୍ୟକ୍ଷଙ୍କୁ ଅବଗତ କରାଯିବ। ଏହାସହ କଲେଜର ଜମିଜମା ସମସ୍ୟା ଥାଏ ସେ ସମ୍ପର୍କରେ ମଧ୍ୟ ଏହି ବୈଠକରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri