ଆଜି ଘରୋଇ କଲେଜ ଅଧ୍ୟକ୍ଷଙ୍କ ସହ ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟର ପ୍ରାୟ ୧ ହଜାର ଘରୋଇ ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏବଂ ବିଭାଗୀୟ ସଚିବ ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ଉପରେ ବିଶେଷ ଗୁରୁତ୍ୱ ଦେବା ପାଇଁ କଲେଜ ଅଧ୍ୟକ୍ଷଙ୍କୁ କୁହାଯିବା ସହ ଆହୁରି ଅନେକ ପଦକ୍ଷେପ ନେବା ପାଇଁ ଆଲୋଚନା କରାଯିବ ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଏହି ଆଲୋଚନା ସମୟରେ, କଲେଜରେ ଛାତ୍ରୀଛାତ୍ରଙ୍କ ୭୫ପ୍ରତିଶତ ଉପସ୍ଥିତି ଉପରେ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯିବ। ଏହାସହ ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ(ରୁଷା) ପାଣ୍ଠିରୁ କେଉଁ କଲେଜ କେତେ ଟଙ୍କା ପାଇଛନ୍ତି ଏବଂ ସେହି ଅର୍ଥକୁ କେଉଁ ବାବଦରେ ଖର୍ଚ୍ଚ କରିଛନ୍ତି ସେନେଇ ମଧ୍ୟ ଆଲୋଚନା କରାଯିବ ବୋଲି ଜଣାପଡିଛି। ଏ କ୍ଷେତ୍ରରେ ଯଦି କୌଣସି କଲେଜ କର୍ତ୍ତୃପକ୍ଷ ଦୁର୍ନୀତି କରିଥିବେ ତା’ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ବିଭାଗ ଚିନ୍ତା କରିଛି। ଏତଦ୍‌ବ୍ୟତୀତ କଲେଜରେ ଯଦି ଛାତ୍ରୀଛାତ୍ର ଅନୁପସ୍ଥିତ ରହୁଥିବେ ତେବେ ସେନେଇ ପ୍ରୋଟୋକଲ ସିଷ୍ଟମ ଗ୍ରହଣ କରାଯିବ। ସେମାନଙ୍କ ଅନୁପସ୍ଥିତି ସମ୍ପର୍କରେ ଅଭିଭାବକମାନଙ୍କୁ ଜଣାଇବା ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ମଧ୍ୟ ବିଭାଗ ଚିନ୍ତା କରିଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ଯେପରି ଶିକ୍ଷକ ଏବଂ ଅଭିଭାବକମାନଙ୍କ ବୈଠକ କରୁଛି ପ୍ରାୟ ସେହିଭଳି ବ୍ୟବସ୍ଥା ହେବ। ଶିକ୍ଷକ ଏବଂ ଅଭିଭାବକ ବୈଠକ ଯଦିଓ ହେବ ନାହିଁ ପିଲାଙ୍କ ଅନୁପସ୍ଥିତି ସମ୍ପର୍କରେ ଘରକୁ ଜଣାଇବାର ଏକ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଅନ୍ୟପଟେ ଶିକ୍ଷକ ଏବଂ ଅଭିଭାବକମାନଙ୍କ କାଉନସେଲିଂ ହେବା ନେଇ ମଧ୍ୟ ଯୋଜନା ରହିଛି। ଉପରୋକ୍ତ ପ୍ରସଙ୍ଗ ଉପରେ କଲେଜ ଅଧ୍ୟକ୍ଷଙ୍କୁ ଅବଗତ କରାଯିବ। ଏହାସହ କଲେଜର ଜମିଜମା ସମସ୍ୟା ଥାଏ ସେ ସମ୍ପର୍କରେ ମଧ୍ୟ ଏହି ବୈଠକରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri