ଆଜି ଜିଏସ୍‌ଟି କାଉନସିଲ୍‌ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦-୯:ଜିଏସ୍‌ଟି କାଉନସିଲ୍‌ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ ହ୍ରାସ କରିବା ନେଇ ବୈଠକରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଜିଏସ୍‌ଟି ରିଟର୍ନ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯାଇପାରେ। ଦେଶର ଆର୍ଥତ୍କ ବିକାଶ ହାର ପ୍ରଥମ ତ୍ରୈମାସରେ ୫%ରେ ପହଞ୍ଚତ୍ଥିବା ବେଳେ କାଉନସିଲ୍‌ ବୈଠକର ନିଷ୍ପତ୍ତି ବିଶେଷ ଗୁରୁତ୍ୱବହନ କରୁଛି। ତେବେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ବିସ୍କୁଟ, ହୋଟେଲ, ଦୈନନ୍ଦିନ ବ୍ୟବହାରରେ ଆସୁଥିବା ସାମଗ୍ରୀ ନିର୍ମାତା ସମେତ ବହୁ ଉଦ୍ୟୋଗ ଜିଏସ୍‌ଟି ହ୍ରାସ ପାଇଁ ଦାବି ଜଣାଇଛନ୍ତି। ଜିଏସ୍‌ଟି ହ୍ରାସ ହେଲେ ଚାହିଦା, ବ୍ୟବହାର ବଢ଼ିବ ଏବଂ ଅର୍ଥନୀତି ଗତିଶୀଳ ହେବ ବୋଲି ଯୁକ୍ତି ଦର୍ଶାଯାଉଛି। ତେବେ ଜିଏସ୍‌ଟି ହ୍ରାସକୁ ବହୁ ରାଜ୍ୟ ବିରୋଧ କରୁଛନ୍ତି। ସେମାନଙ୍କ ମତରେ କେନ୍ଦ୍ରର କ୍ଷତିପୂରଣ ପ୍ରଦାନ ପରିମାଣ ଦିନକୁ ଦିନ ହ୍ରାସ ପାଉଛି। ଏଭଳି କ୍ଷେତ୍ରରେ ଜିଏସ୍‌ଟି ହ୍ରାସ କରାଗଲେ ରାଜ୍ୟମାନଙ୍କର ଆୟ ବହୁ ପରିମାଣରେ କମିଯିବ। ଇତିମଧ୍ୟରେ ଫିଟ୍‌ମେଣ୍ଟ କମିଟି ବିସ୍କୁଟ ଠାରୁ ଆରମ୍ଭ କରି ଅଟୋ,ହୋଟେଲ ସେକ୍ଟର ଆଦିରେ ଜିଏସ୍‌ଟି ହ୍ରାସ ନ କରିବାକୁ ସୁପାରିସ୍‌ କରିଛନ୍ତି। ଉକ୍ତ ବୈଠକରେ ଜିଏସ୍‌ଟି ଆଇନରେ ସଂଶୋଧନ ନେଇ ଆଲୋଚନା ହୋଇପାରେ। କାରଣ ୩୭୦ ଅନୁଚ୍ଛେଦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀର ଓ ଲଦାଖକୁ ଜିଏସ୍‌ଟି ପରିସରଭୁକ୍ତ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri