ଆଜି ଠାରୁ ଖୋଲିବ ହୋଟେଲ ଶିଳ୍ପ

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ କେନ୍ଦ୍ର ସରକାର ଗତ ମାର୍ଚ୍ଚ ମାସରୁ ହୋଟେଲ ଶିଳ୍ପକୁ ବନ୍ଦ କରିଦେଇଥିଲେ। ଏହି ସଂକ୍ରମଣର ଭୟାବହତା କାରଣରୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ କଟକଣା ଜାରି କରିଥିଲେ। ୪ର୍ଥ ପଯ୍ୟାୟ ଲକଡାଉନ ଶେଷ ରେ ସରକାର ଅନଲକ-୧ ଘୋଷଣା କରିଥିଲେ। ଅନଲକ-୧ରେ ହୋଟେଲ ଶିଳ୍ପ ଖୋଲିବା ପାଇଁ ସରକାର ଅନୁମତି ପ୍ରଦାନ କରିଛନ୍ତି। କଟକଣା ଓ ସରକାରଙ୍କ ଗାଇଡଲାଇନକୁ ଅନୁସରଣ କରିବା ପାଇଁ ଉକ୍ତ ନିର୍ଦ୍ଦେଶାବଳୀରେ କୁହାଯାଇଥିବା ଫେଡ଼ରେସନ ଅଫ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏଶନ ଅଫ ଇଣ୍ଡିଆ(ଏଫ୍‌ଏଚ୍‌ଏଆର୍‌ଆଇ) ପକ୍ଷରୁ ସୂଚନା ରହିଛି। ଏହି ଆଧାରରେ ଜୁନ ୮ ରୁ ଦେଶର ହୋଟେଲ ଶିଳ୍ପ ପୂର୍ବଭଳି ସେବା ଯୋଗାଇବ। ଦିର୍ଘ ୩ମାସ ହେବ କରୋନା କଟକଣା ପାଇଁ ଦେଶର ବିଭିନ୍ନ ପ୍ରାନ୍ତରେ ହୋଟେଲଗୁଡିକ ବନ୍ଦ ରହିଥିଲା। ସୋମବାରରୁ ଦେଶରୁ ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବ ବୋଲି ସଂଘ ପକ୍ଷରୁ ସୂଚନା ରହିଛି। ସରକାରଙ୍କ କଟକଣା ଓ ଗାଇଡଲାଇନ ଅନୁସାରେ ଗ୍ରାହକଙ୍କୁ ସେବା ଯୋଗାଇ ଦିଆଯିବ । କର୍ମଚାରୀମାନେ ସାମାଜିକ ଦୂରତା ଅବଲମ୍ବନ ସହ ମାସ୍କ ଓ ଗ୍ଲୋଭସ ପରିଧାନ କରି ଗ୍ରାହକଙ୍କୁ ଖାଦ୍ୟ ପରିବେଷଣ କରିବେ। ବର୍ତ୍ତମାନ ସମୟରେ ହୋଟେଲ ପରିସରରେ କୌଣସି ଗହଳି କରାଯିବ ନାହିଁ କିମ୍ବା ହୋଟେଲ ଭିତରେ କେହି ଖାଇ ପାରିବେ ନାହିଁ। ସେହିଭଳି ହୋଟେଲରୁ ପାର୍ସଲ ସବୁ ବର୍ଗର ଲୋକ ଓ ବିଭିନ୍ନ ଫୁଡ ଡ଼େଲିଭରୀ ସଂସ୍ଥାର କର୍ମଚାରୀମାନେ ଗ୍ରାହକଙ୍କ ଅର୍ଡ଼ର ଅନୁସାରେ ଖାଦ୍ୟ ନେଇ ପାରିବେ। ସାନିଟାଇଜେସନ ଓ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବ ବୋଲି ସଂଘ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?