ଆଜି ତିନି ରଥରରେ ଚକ ଡେରା

ପୁରୀ ଅଫିସ,୧୪ା୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ଏହି ପବିତ୍ର ଦିନରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରାଯିବାର ବିଧି ରହିଛି। ଏଥିଲାଗି ରଥଖଳାରେ ତିନିରଥର ୬ଟି ନାହାକା ଚକ ଏବଂ ୩ଟି ନାହାକା ଅଖ ନିର୍ମାଣ ସରିଛି। ଶୁକ୍ରବାର ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ରଥ ଆଜ୍ଞାମାଳ ଆସି ଲାଗିହେବା ପରେ ଚକ ଡେରାଯିବ। ଅନ୍ୟପକ୍ଷରେ ଗୁରୁବାର ରଥକନା ଆସି ପହଞ୍ଚତ୍ଛି।
ଗୁରୁବାର ସୁଦ୍ଧା ୩୪ଟି ତୁମ୍ବର ବିନ୍ଧ କାର୍ଯ୍ୟ ଶେଷ ହୋଇଛି। ତିନିରଥର ୬ଟି ନାହାକା ଚକକୁ ବାଦ୍‌ ଦେଲେ ନନ୍ଦିଘୋଷ ରଥର ଗୋଟିଏ ଚକରେ ପଇ ଲାଗିହୋଇ ପଇଠ ହେଉଛି। ଆଉ ଗୋଟିଏ ପଇ ଲାଗି ସାରିଥିବାବେଳେ ପଇଠ ବାକି ଅଛି। ଦର୍ପଦଳନ ରଥର ଦୁଇଟି ଚକରେ ଅର ପଇ ସଂଯୋଗ ଚାଲିଛି। ୬ଟି ତୁମ୍ବରେ ବିନ୍ଧ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ଥିବାବେଳେ ଦୁଇଟିର ବିନ୍ଧ କାମ ବାକି ଅଛି। ତାଳଧ୍ୱଜ ରଥର ଦୁଇଟି ଚକରେ ପଇ ଲାଗି ହେବାକୁ ଥିବାବେଳେ ଗୋଟିକରେ ଅର ସଂଯୋଗ ସରିଛି। ସେହିପରି ରୂପକାର ସେବକମାନେ ୧୧ଟି ଗୁଜରେ ସିଂହବିରାଳ ଖୋଦେଇ ସାରିଥିବା ବେଳେ ୯ଟି ଜଳଯନ୍ତ୍ର କାମ ସରିଛି । ଦୋଳବେଦି ପରିସର କମାର ଶାଳରେ କମାର ସେବକମାନେ ରଥର ବିଭିନ୍ନ ପ୍ରକାର କଣ୍ଟା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଲୁହା ସାମଗ୍ରୀ ତିଆରି କରୁଛନ୍ତି।
ସକାଳେ ରଥଖଳାରେ କାମ ଆରମ୍ଭ ପୂର୍ବରୁ ୧୬୨ଜଣ ସେବକଙ୍କ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ସମସ୍ତେ ସୁସ୍ଥ ଅଛନ୍ତି। କରୋନା ଟେଷ୍ଟ ପାଇଁ ସ୍ବାବ୍‌ ସଂଗ୍ରହ ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଗୁରୁବାର ୭୫ଜଣ ରଥ ନିର୍ମାଣକାରୀଙ୍କ ସ୍ବାବ୍‌ ସଂଗ୍ରହ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri