ଆଜି ତିନି ରଥରରେ ଚକ ଡେରା

ପୁରୀ ଅଫିସ,୧୪ା୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ଏହି ପବିତ୍ର ଦିନରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରାଯିବାର ବିଧି ରହିଛି। ଏଥିଲାଗି ରଥଖଳାରେ ତିନିରଥର ୬ଟି ନାହାକା ଚକ ଏବଂ ୩ଟି ନାହାକା ଅଖ ନିର୍ମାଣ ସରିଛି। ଶୁକ୍ରବାର ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ରଥ ଆଜ୍ଞାମାଳ ଆସି ଲାଗିହେବା ପରେ ଚକ ଡେରାଯିବ। ଅନ୍ୟପକ୍ଷରେ ଗୁରୁବାର ରଥକନା ଆସି ପହଞ୍ଚତ୍ଛି।
ଗୁରୁବାର ସୁଦ୍ଧା ୩୪ଟି ତୁମ୍ବର ବିନ୍ଧ କାର୍ଯ୍ୟ ଶେଷ ହୋଇଛି। ତିନିରଥର ୬ଟି ନାହାକା ଚକକୁ ବାଦ୍‌ ଦେଲେ ନନ୍ଦିଘୋଷ ରଥର ଗୋଟିଏ ଚକରେ ପଇ ଲାଗିହୋଇ ପଇଠ ହେଉଛି। ଆଉ ଗୋଟିଏ ପଇ ଲାଗି ସାରିଥିବାବେଳେ ପଇଠ ବାକି ଅଛି। ଦର୍ପଦଳନ ରଥର ଦୁଇଟି ଚକରେ ଅର ପଇ ସଂଯୋଗ ଚାଲିଛି। ୬ଟି ତୁମ୍ବରେ ବିନ୍ଧ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ଥିବାବେଳେ ଦୁଇଟିର ବିନ୍ଧ କାମ ବାକି ଅଛି। ତାଳଧ୍ୱଜ ରଥର ଦୁଇଟି ଚକରେ ପଇ ଲାଗି ହେବାକୁ ଥିବାବେଳେ ଗୋଟିକରେ ଅର ସଂଯୋଗ ସରିଛି। ସେହିପରି ରୂପକାର ସେବକମାନେ ୧୧ଟି ଗୁଜରେ ସିଂହବିରାଳ ଖୋଦେଇ ସାରିଥିବା ବେଳେ ୯ଟି ଜଳଯନ୍ତ୍ର କାମ ସରିଛି । ଦୋଳବେଦି ପରିସର କମାର ଶାଳରେ କମାର ସେବକମାନେ ରଥର ବିଭିନ୍ନ ପ୍ରକାର କଣ୍ଟା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଲୁହା ସାମଗ୍ରୀ ତିଆରି କରୁଛନ୍ତି।
ସକାଳେ ରଥଖଳାରେ କାମ ଆରମ୍ଭ ପୂର୍ବରୁ ୧୬୨ଜଣ ସେବକଙ୍କ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ସମସ୍ତେ ସୁସ୍ଥ ଅଛନ୍ତି। କରୋନା ଟେଷ୍ଟ ପାଇଁ ସ୍ବାବ୍‌ ସଂଗ୍ରହ ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଗୁରୁବାର ୭୫ଜଣ ରଥ ନିର୍ମାଣକାରୀଙ୍କ ସ୍ବାବ୍‌ ସଂଗ୍ରହ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri