ଆଜି ନାଲ୍‌କୋ ବିଶ୍ୱକର୍ମା ପୂଜାର ମେଲାଣି ଉତ୍ସବ; ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼

ବଅଁରପାଳ,୨୩।୯(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ପ୍ରସିଦ୍ଧ ବିଶ୍ୱକର୍ମା ପୂଜାର ରବିବାର ଥିଲା ଶେଷ ସନ୍ଧ୍ୟା। ଛୁଟି ଦିନରେ ପୂଜା ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ ବହୁ ଲୋକଙ୍କ ଭିଡ଼ ଜମିଥିଲା। ବିଶେଷ କରି ପଲିଶ୍ରୀ ମେଳା, ମୀନା ବଜାର ଓ ଦୋଳି ଅଞ୍ଚଳରେ ମଧ୍ୟ ନାହିଁ ନ ଥିବା ଭିଡ଼ ପରିଲିକ୍ଷିତ ହୋଇଥିଲା। ଚଳିତ ବର୍ଷ ବିଭିନ୍ନ ପୂଜା କମିଟି ପକ୍ଷରୁ ଅକର୍ଷଣୀୟ ପୂଜା ମଣ୍ଡପ ଓ ତୋରଣ ନିର୍ମିତ ହୋଇଛି। ପୂଜା ମଣ୍ଡପର ସାଜସଜ୍ଜା ଦର୍ଶକମାନଙ୍କୁ ଆକୃଷ୍ଟ କରିଛି। ଶେଷ ଦିନରେ ପ୍ରତ୍ୟେକ ପୂଜା ମଣ୍ଡପରେ ପ୍ରସାଦସେବନ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉଛି। ସୋମବାର ଭସାଣି କାର୍ଯ୍ୟକ୍ରମ ହେବ। ଭସାଣିରେ ୮ଟି ପୂଜା ମଣ୍ଡପ ସାମିଲ ହୋଇଛନ୍ତି। ସକାଳ ୧୧ଟା ମଧ୍ୟରେ ମେଢ଼ ଗୁଡିକ ପାରମ୍ପରିକ ବାଦ୍ୟ ନୃତ୍ୟ ସହକାରେ ଅତିଥି ନିବାସ ନିକଟ ରାସ୍ତାରେ ଏକତ୍ରିତ ହେବେ। ସେଠାରୁ ମେଢ଼ ଗୁଡିକ ପର୍ଯ୍ୟାୟକ୍ରମେ ଭସାଣିରେ ବାହାରିବେ। ରାତ୍ର ୯ଟା ମଧ୍ୟରେ ଭସାଣି କାର୍ଯ୍ୟକ୍ରମ ଶେଷ ହେବ। ଏଥି ନିମନ୍ତେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri