ଆଜି ନୀଳମାଧବ ବସ୍ତି ଭାଙ୍ଗିବ ବିଡିଏ

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା କଟକଣା କୋହଳ ହେବା ପରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବାକି ଥିବା ଉଚ୍ଛେଦ କାର୍ଯ୍ୟ ପୁଣି ଆରମ୍ଭ ହେବାକୁ ଯାଉଛି। ସୋମବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ବିଡିଏର ମିଳିତ ଉଚ୍ଛେଦକାରୀ ଦଳ ଚନ୍ଦ୍ରଶେଖରପୁରସ୍ଥିତ ନୀଳମାଧବ ବସ୍ତିର ବ୍ଲକ୍‌-ସିକୁ ଭାଙ୍ଗିବ ବୋଲି ସୂଚନା ମିଳିଛି। ସମ୍ପୃକ୍ତ ବସ୍ତିରେ ବିଡିଏ ଦ୍ୱାରା ରାଜୀବ ଆବାସ ଯୋଜନା (ଆରଏଓ୍ବାଇ)ରେ ଗୃହ ନିର୍ମାଣ କାର୍ଯ୍ୟ କରାଯିବା ସକାଶେ ଏହି ଉଚ୍ଛେଦ କରାଯାଉଛି। ବ୍ଲକ୍‌-ସିରେ ରହୁଥିବା ଶହେରୁ ଊର୍ଦ୍ଧ୍ୱ ପରିବାର ଉକ୍ତ ବସ୍ତିର ବ୍ଲକ୍‌-ବିକୁ ସ୍ଥାନାନ୍ତରିତ ହେବାକୁ ବିଡିଏ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ବ୍ଲକ୍‌-ଏରେ ରହୁଥିବା ୨ଶହରୁ ଊର୍ଦ୍ଧ୍ୱ ଘରକୁ ଭଙ୍ଗାଯିବା ସହ ଏଠାରେ ରହୁଥିବା ପରିବାରଙ୍କୁ ଏକ ଟ୍ରାଞ୍ଜିଟ୍‌ ହାଉସ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ଆରଏଓ୍ବାଇ ଘର ନିର୍ମାଣ ସରିଲେ ସମସ୍ତ ବସ୍ତିବାସିନ୍ଦାଙ୍କୁ ବଣ୍ଟନ କରାଯିବ ବୋଲି ଉଚ୍ଛେଦକାରୀ ଦଳ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?