ଆଜି ନୂଆ ଏସ୍‌ସିବି କ୍ୟାମ୍ପସ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ୍‌, ୫ା୩: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ନୂଆ ରୂପ ପାଇବ। ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୧୦୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ। ଏସ୍‌ସିବିର ନୂତନ କ୍ୟାମ୍ପସ ନିର୍ମାଣ ପାଇଁ ଶିଳାନ୍ୟାସ କରିବାକୁ ଗୁରୁବାର ମୁଖ୍ୟମନ୍ତ୍ରୀ କଟକ ଆସୁଛନ୍ତି। ଏହି ଗସ୍ତକୁ ନେଇ କଟକ ଜିଲା ପ୍ରଶାସନର ଅଧିକାରୀଙ୍କ ସମେତ ବିଜୁ ଜନତା ଦଳର ନେତା ଓ କର୍ମୀମାନେ ତପତ୍ର ହୋଇପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ୫ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ବାହାରିବେ। ୧୧ଟା ୨୦ ମିନିଟ୍‌ରେ ଉପର ବାଲିଯାତ୍ରା ପଡ଼ିଆ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ସେଠାରୁ ବାରବାଟୀ ଷ୍ଟାଡିୟମ୍‌ ଯିବେ। ଷ୍ଟାଡିୟମ୍‌ରେ ଗୁରୁବାର ଉଦ୍‌ଯାପନ ହେବାକୁ ଥିବା ଏସ୍‌ଡିସି ଟ୍ରାଇବାଲ୍‌ ଫୁଟବଲ୍‌ ଚାମ୍ପିୟନଶିପ୍‌ କପ୍‌ର ମହିଳା ଏବଂ ପୁରୁଷ ବର୍ଗର ଚାମ୍ପିୟନ ଦଳକୁ ଟ୍ରଫି ପ୍ରଦାନ କରିବେ। ସେଠାରୁ ବାଲିଯାତ୍ରା ପଡ଼ିଆକୁ ଯିବେ। ଏସ୍‌ସିବିକୁ ବିଶ୍ୱସ୍ତରୀୟ ହସ୍‌ପିଟାଲ୍‌ରେ ପରିଣତ କରିବା ପାଇଁ ହାତକୁ ନିଆଯାଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଏବଂ ଛ’ ଲେନ୍‌ ରିଂରୋଡ୍‌ର ଭିତ୍ତିିପ୍ରସ୍ତର ସ୍ଥାପନ କରିବେ। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। କାର୍ଯ୍ୟକ୍ରମରେ ପ୍ରାୟ ୫୦ ହଜାରରୁ ଅଧିକ ଲୋକଙ୍କୁ ସାମିଲ୍‌ କରିବା ପାଇଁ ବିଜେଡି ଶିବିରରେ ପ୍ରସ୍ତୁତି ଚାଲିଛି। ନେତାମାନଙ୍କ ମଧ୍ୟରେ ତୁହାକୁ ତୁହା ବୈଠକ ବସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri