Posted inଜାତୀୟ

ଆଜି ନ୍ୟାୟ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୩: ଦୀର୍ଘ ୭ବର୍ଷର ଅପେକ୍ଷାର ଅନ୍ତ ଘଟି ଶେଷରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ଜଣ ଦୋଷୀ ଅକ୍ଷୟ, ପଓ୍ବନ, ବିନୟ ଓ ମୁକେଶଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ଫାଶୀ ଦିଆଯାଇଛି। ଫାଶୀ ପରେ ସାରା ଦେଶରେ ଉତ୍ସବର ମାହୋଲ ଦେଖାଦେଇଛି। ଏନେଇ ବିଭିନ୍ନ ମହଲରୁ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଜି ନ୍ୟାୟ ହୋଇଛି। ମହିଳାଙ୍କ ସମ୍ମାନ ଓ ସୁରକ୍ଷାକୁ ନିଶ୍ଚିତ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେବେ ଚାଲ ସମସ୍ତେ ମଳିମିଶି ଏଭଳି ଏକ ରାଷ୍ଟ୍ର ଗଠନ କରିବା ଯେଉଁଥିରେ ମହିଳା ସଂଶକ୍ତିକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯିବ। ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ୭ବର୍ଷ ପରେ ଦୋଷୀଙ୍କୁ ଫାଶୀ ଦିଆଯାଇଛି। ତେଣୁ ଆଜିର ଦିନରେ ରାଜ୍ୟ ଓ କେନ୍ଦ୍ର ସରକାର ମିଶି ଏକ ପ୍ରତିଶ୍ରୁତି ନେବାର ଆବଶ୍ୟକତା ରହିଛି। ଯେପରିକି ଦେଶରେ ଦ୍ୱିତୀୟ ନିର୍ଭୟା ଜନ୍ମ ନ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?