ଆଜି ପବିତ୍ର ଜନ୍ମାଷ୍ଟମୀ, ଗାଁଠୁ ସହର ଉତ୍ସବ ମୁଖର

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହିଦିନରେ ଧରାପୃଷ୍ଠରେ ଜନ୍ମ ନେଇଥିଲେ ପ୍ରଭୁ ଶ୍ରୀକୃଷ୍ଣ। ଏଥିପାଇଁ ଗାଁଠୁ ସହର ଉତ୍ସବମୁଖର ହୋଇଉଠିଛି। ରାଜଧାନୀର ଇସ୍କନ ମନ୍ଦିର ହେଉ କି, ପୁରୀ ଶ୍ରୀମନ୍ଦିର ସବୁଠି ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଶ୍ରଦ୍ଧାଳୁମାନେ ଉପବାସ ରଖିବା ସହ କୃଷ୍ଣବଳରାମଙ୍କୁ ଦର୍ଶନ କରୁଛନ୍ତି। ମଧ୍ୟ ରାତ୍ରିରେ କୃଷ୍ଣ ଜନ୍ମନୀତି ସମ୍ପନ୍ନ ହେବା ପରେ ଶ୍ରଦ୍ଧାଳୁ ଉପବାସ ଭାଙ୍ଗିବେ। ରାଜଧାନୀର ଇସ୍କନ ମନ୍ଦିରରେ ଜନ୍ମାଷ୍ଟମୀ ପାଇଁ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିପରି ପୁରୀ ଶ୍ରୀମନ୍ଦିରରେ ଆଜି ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେଉଛି। କୃଷ୍ଣଜନ୍ମ ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ପରମ୍ପରା ଅନୁସାରେ ସନ୍ଧ୍ୟାଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ବେଶରେ ଆସି ଜନ୍ମ ଚକଡ଼ାରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ସମାପନ କରିବେ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri