ଆଜି ପ୍ରଦର୍ଶିତ ହେବ ଫନୀ ସମ୍ପର୍କିତ ବୃତ୍ତଚିତ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚଳିତ ବର୍ଷ ମେ ୩ରେ ଓଡ଼ିଶା ଉପକୂଳ ସାମୁଦ୍ରିକ ଝଡ ଫନୀ ଦ୍ୱାରା ଘୋର ପ୍ରଭାବିତ ହୋଇଥିଲା। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଥିଲା। ଉଚିତ ପଦକ୍ଷେପ ନିଆଯିବାରୁ ଧନଜୀବନକୁ ରକ୍ଷା କରାଯାଇପାରିଥିଲା। ଏଥିପାଇଁ ଜାତିସଂଘଠାରୁ ଆରମ୍ଭ କରି ବିଭିନ୍ନ ଅନ୍ତର୍ଜାତୀୟ ଏବଂ ଜାତୀୟ ସଂସ୍ଥା ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଥିଲେ। ଫନୀ ଭଳି ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଉପରେ ପର୍ଯ୍ୟବସିତ ଏକ ବୃତ୍ତଚିତ୍ର ଶୁକ୍ରବାର (୨୭ ସେପ୍ଚେମ୍ବର) ପ୍ରଦର୍ଶିତ ହେବାକୁ ଯାଉଛି। ନ୍ୟାଶନାଲ ଜିଓଗ୍ରାଫିକ୍‌ ଚ୍ୟାନେଲରେ ରାତି ୯ଟାରେ ପ୍ରସାରିତ ହେବାକୁ ଥିବା ଏହି ବୃତ୍ତଚିତ୍ରର ନାମ ‘ମେଗା ସାଇକ୍ଲୋନ୍‌ ଫନୀ: ରେସକ୍ୟୁଙ୍ଗ୍‌ ଏ ମିଲିୟନ’ ରହିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ବିଗତ ଦୁଇଦଶନ୍ଧି ମଧ୍ୟରେ ଦେଖାଯାଇଥିବା ପ୍ରାକୃତିକ ବିପର୍ଯ୍ୟୟଗୁଡିକ ମଧ୍ୟରେ ଫନୀ ବ୍ୟାପକ କ୍ଷତି କରିଛି। ଏହା ଦ୍ୱାରା ଓଡ଼ିଶା ଉପକୂଳର ନାହିଁ ନ ଥିବା କ୍ଷୟକ୍ଷତି ହୋଇଛି। ଉଜୁଡିଯାଇଥିବା ଭିତ୍ତିଭୂମି ଉନ୍ନୟନ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ତେଣୁ ଫନୀ ସମୟରେ କରାଯାଇଥିବା ଉଦ୍ଧାର କାର୍ଯ୍ୟ ଏବଂ ଧନଜୀବନ ସୁରକ୍ଷା ଅନେକ କିଛି ଶିକ୍ଷା ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ବୃତ୍ତଚିତ୍ରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର, ସ୍ବତନ୍ତ୍ର ରିଲିଫ୍‌ କମିଶନର ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ବାର୍ତ୍ତା ମଧ୍ୟ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri