ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଉପଚ୍ଛାୟାଜନିତ ହେତୁ ପାଳନୀୟ ନୁହେଁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଶୁକ୍ରବାର ରାତିରେ ଦେଖିବାକୁ ମିଳିବ। ଏହି ମହାଜାଗତିକ ଘଟଣା ଓଡିଶା ସମେତ ସମଗ୍ର ଭାରତ ଏବଂ ବିଶ୍ୱର ଅନେକ ରାଷ୍ଟ୍ରରେ ଦେଖାଯିବ। ୧୦ ତାରିଖ ରାତି ୧୦ଟା ୩୭ ମିନିଟରେ ଚନ୍ଦ୍ରଗ୍ରହଣ ଆରମ୍ଭ ହେବ। ଏହି ସମୟରେ ଚନ୍ଦ୍ର ପୃଥିବୀର ଉପଚ୍ଛାୟାରେ ପ୍ରବେଶ କରିବ। ତେବେ ଏଥର ଗ୍ରହଣ ସମୟରେ ଚନ୍ଦ୍ର ପୃଥିବୀର ପ୍ରଚ୍ଛାୟା(ଗାଢ କଳା ଛାୟା)ରେ ପ୍ରବେଶ କରିବ ନାହିଁ। ତେଣୁ ଏହି ଚନ୍ଦ୍ରଗ୍ରହଣକୁ ଖାଲି ଆଖିରେ ଦେଖିବା କଷ୍ଟକର ହେବ। ଯଦି ଆକାଶ ସମ୍ପୂର୍ଣ୍ଣ ପରିଷ୍କାର ରୁହେ ତା ହେଲେ ଭଲଭାବେ ନିରୀକ୍ଷଣ କଲେ ଏକ ହାଲ୍‌କା ଛାଇ ଦେଖାଯିବ ବୋଲି ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ର ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ଅନ୍ୟପକ୍ଷରେ ଉପଚ୍ଛାୟାଜନିତ ହୋଇଥିବାରୁ ଏବଂ ଖାଲି ଆଖିରେ ଦେଖାଯାଉ ନ ଥିବାରୁ ଏହାକୁ ପାଳନ କରାଯିବ ନାହିଁ ବୋଲି ଜ୍ୟୋତିର୍ବିଦ୍‌ମାନେ ମତ ଦେଇଛନ୍ତି। ସୂଚନା ମୁତାବକ ୧୦ ତାରିଖ ରାତି ୧୦ଟା ୩୭ରୁ ଚନ୍ଦ୍ରଗ୍ରହଣ ଆରମ୍ଭ ହେବାକୁ ଥିବାବେଳେ ୧୧ ତାରିଖ ଭୋର ୨ଟା ୪୨ ମିନିଟରେ ଛାଇଟି ଚନ୍ଦ୍ର ଉପରୁ ସମ୍ପୂର୍ଣ୍ଣ ଅପସରିଯିବ। ଅର୍ଥାତ୍‌ ଚନ୍ଦ୍ର ପୃଥିବୀର ଉପଚ୍ଛାୟାରେ ୧୦ ତାରିଖ ରାତି ୧୦ଟା ୩୭ରୁ ୧୧ ତାରିଖ ଭୋର ୨ ଟା ୪୨ ମିନିଟ୍‌ ପର୍ଯ୍ୟନ୍ତ ରହିବ। ଆକାଶ ମେଘମୁକ୍ତ ଥିଲେ ଏହି ଦୃଶ୍ୟକୁ ଖାଲି ଆଖିରେ କିମ୍ବା ଛୋଟ ବାଇନାକୁଲର ସାହାଯ୍ୟରେ ଦେଖିହେବ। ୨୦୨୦ ବର୍ଷରେ ୪ଟି ଚନ୍ଦ୍ରଗ୍ରହଣ ଏବଂ ୨ଟି ସୂର୍ଯ୍ୟୋପରାଗ ଦେଖିବାକୁ ମିଳିବ। ଏ ନେଇ ଡ. ପଟ୍ଟନାୟକଙ୍କ ସୂଚନା ମୁତାବକ, ଚନ୍ଦ୍ରଗ୍ରହଣ ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ। ଆକାଶ ମେଘମୁକ୍ତ ରହିଲେ ଏହା ଓଡିଶା ତଥା ଭାରତର ସବୁ ଅଞ୍ଚଳରୁ ଖାଲି ଆଖିରେ ଦେଖିହେବ। ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ ତରଫରୁ ଲୋକମାନଙ୍କୁ ସଚେତନ କରାଯିବା ସହ ଏହି ସୁଯୋଗକୁ ହାତଛଡା ନ କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri