ଆଜି ବର୍ଷା ସମ୍ଭାବନା: ୨୮ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟରେ ଶୀତ ଏକ ପ୍ରକାର ଗାଏବ ରହିଛି। ଯଦିଓ ହାଲକା ଶୀତ ହେଉଛି ତେବେ ତାହା ଦେହ ଥରାଇବା ଭଳି ହେଉ ନାହିଁ। କେବଳ ସହର ନୁହେଁ ବଣପାହାଡ ଘେରା ଜିଲାରେ ମଧ୍ୟ ହାଡଭଙ୍ଗା ଶୀତ ନାହିଁ। ଉତ୍ତର ଭାରତରୁ ରାଜ୍ୟକୁ ଏ ପର୍ଯ୍ୟନ୍ତ ଥଣ୍ଡା ବାୟୁ ପ୍ରବାହ (କୋଲ୍ଡ ଓ୍ବେଭ୍‌) ଆସି ନାହିଁ। ଚଳିତ ବର୍ଷ ହାଲକା ଶୀତ ରହିବ ବୋଲି ଅନୁମାନ କରାଯାଇଛି। ରାଜ୍ୟରେ ଗତ କିଛି ଦିନ ହେବ ଲଗାତର ଦକ୍ଷିଣ ପଶ୍ଚିମ ବାୟୁ ପ୍ରବାହ ଜାରି ରହିଛି। ଏଥିଯୋଗୁ ରାଜ୍ୟରେ ଶୀତର ପ୍ରକୋପ ବଢୁ ନାହିଁ। ଆକାଶ ମେଘାଚ୍ଛନ୍ନ ରହୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ, ଉପକୂଳ ସମେତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୮ ତାରିଖରୁ ଶୀତ ବଢିବ। ୩୦ ତାରିଖ ଯାଏ ଏହାର ପ୍ରଭାବ ରହିବ। ୩୧ ତାରିଖରୁ ପୁଣି ପାରଦ ଉପର ମୁହଁ। ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ରେକର୍ଡ କରାଯାଇଛି। ଏଠାରେ ତାପମାତ୍ରା ୯.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଓଡ଼ିଶାର ଅନ୍ୟାନ୍ୟ ଭାଗରେ ୧୧ରୁ ୧୯ ଡିଗ୍ରୀ ମଧ୍ୟରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୪.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଗୋପାଳପୁରରେ ୧୬.୩, ପୁରୀରେ ୧୬.୪, ଅନୁଗୋଳରେ ୧୦, ବାରିପଦାରେ ୧୩.୫, ଝାରସୁଗୁଡାରେ ୧୪.୪, କେନ୍ଦୁଝରରେ ୧୩, ସମ୍ବଲପୁରରେ ୧୩.୭, ସୁନ୍ଦରଗଡ଼ରେ ୧୨.୫, ହୀରାକୁଦରେ ୧୫.୧, ତାଳଚେରରେ ୧୨.୫, ଭବାନୀପାଟଣାରେ ୧୫.୫, ବଲାଙ୍ଗୀରରେ ୧୬, କୋରାପୁଟରେ ୧୩.୨, ଟିଟିଲାଗଡ଼ରେ ୧୨.୬ ଏବଂ ମାଲକାନଗିରିରେ ସର୍ବନିମ୍ନ ତାପମାତ୍ରା ୧୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri