ଆଜି ବିଜୁ ଜୟନ୍ତୀ, ପଞ୍ଚାୟତିରାଜ ଦିବସ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସକୁ ଗୁରୁବାର ବିଜେଡି ପକ୍ଷରୁ ସମଗ୍ର ରାଜ୍ୟରେ ପାଳନ କରାଯିବ। ବିଜୁ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ସହ ରକ୍ତଦାନ ଶିବିର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିସହିତ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧା ସୁମନ ଅର୍ପଣ କରିବେ। ଅପରାହ୍ନ ୫ଟା ୩୦ ମିନିଟ୍‌ରେ ଲୋକସେବା ଭବନ ପରିସର କନ୍‌ଭେନ୍‌ସନ ସେଣ୍ଟରରେ ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯିବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବା ସହ ସନ୍ଧ୍ୟାରେ ଜୟଦେବ ଭବନଠାରେ ଅନୁଷ୍ଠିତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।
ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଜନସାଧାରଣଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ‘ପକ୍କାଘର ଯୋଗ୍ୟତା କାର୍ଡ’ ପ୍ରଦାନ କରାଯିବ। ସେହିପରି ସହରାଞ୍ଚଳରେ ରହୁଥିବା ବସ୍ତି ବାସିନ୍ଦାଙ୍କୁ ‘ଜାଗା ମିଶନ’ ମାଧ୍ୟମରେ ଭୂମି ଅଧିକାର ଯୋଗ୍ୟତା ପ୍ରମାଣପତ୍ର ବଣ୍ଟାଯିବ। ଏହି କାର୍ଯ୍ୟକୁ ଆନ୍ତରିକତାର ସହିତ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଦଳର ସମସ୍ତ କାର୍ଯ୍ୟକର୍ତ୍ତା, ପର୍ଯ୍ୟବେକ୍ଷକ, ଏମ୍‌ପି, ବିଧାୟକ, ଜିଲା ସଭାପତି, ଛାମୁଆ ସଙ୍ଗଠନର ରାଜ୍ୟ ସଭାପତି ଏବଂ ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷମାନଙ୍କୁ ଚିଠି ଲେଖି ଜଣାଇଛନ୍ତି।
ଏଥର ବିଜୁ ଜୟନ୍ତୀ ମାର୍ଚ୍ଚ ୫ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ପାଳନ ହେବ। ବ୍ଲକ ଏବଂ ପୌରାଞ୍ଚଳରେ ବୈଠକ କରାଯାଇ ନବୀନ ପଟ୍ଟନାୟକଙ୍କ ୨୦ବର୍ଷ ସରକାରର ସଫଳତା ସମ୍ପର୍କରେ ପ୍ରଚାର କରାଯିବ। ଏହି ଦିବସକୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ବିଜୁ ଜୟନ୍ତୀଠାରୁ ତାଙ୍କ ତିରୋଧାନ ଦିବସ ଅର୍ଥାତ୍‌ ଏପ୍ରିଲ ୧୭ ତାରିଖ ମଧ୍ୟରେ ଛାମୁଆ ସଙ୍ଗଠନ ପକ୍ଷରୁ ପ୍ରତ୍ୟେକ ସ୍ଥାନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଚାଲିବ। ମାର୍ଚ୍ଚ ୮ ତାରିଖରେ ମହିଳା ଦିବସ ଅବସରରେ ଦଳର ମହିଳା ସଙ୍ଗଠନ ପକ୍ଷରୁ ନିର୍ବାଚନମଣ୍ଡଳୀ ସ୍ତରରେ ମହିଳା ସମାବେଶ ଆୟୋଜନ କରାଯାଇ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୦ଜଣ ସଫଳ ମହିଳାଙ୍କୁ ସମ୍ମାନିତ କରାଯିବ। ଏହାସହ କାର୍ଯ୍ୟକ୍ରମ ଶେଷ ହେବା ପରେ ସମସ୍ତେ ଏହାର ଫଟୋ ଏବଂ ଭିଡିଓ ରାଜ୍ୟ କାର୍ଯ୍ୟାଳୟକୁ ପଠାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri