ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ କରି ୧୯୪୫ ମସିହାର ଏକ ପ୍ରଶସ୍ତିପତ୍ର ଅର୍ଥାତ ଦସ୍ତାବିଜକୁ ଆଟାଚ୍‌ କରି ବିଜୁଙ୍କୁ ମନେ ପକାଇଛନ୍ତି ମୋଦି। ବିଜୁ ବାବୁ ସାହସିକତା ଦେଖାଇ ରାମ ମନୋହର ଲୋହିଆଙ୍କୁ ବିମାନରେ ଉଦ୍ଧାର କରିଥିଲେ। ବିଜୁ ବାବୁ ଭାରତର ବିକାଶ ପାଇଁ ଜୀବନବ୍ୟାପି କାର୍ଯ୍ୟ କରିଥିଲେ। ଓଡ଼ିଶାର ବିକାଶ ପାଇଁ ସେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ବୋଲି ମୋଦି ଟୁଇଟ୍‌ କରି କହିଛନ୍ତି। ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବିଜୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ବିଜୁଙ୍କ ଜନ୍ମଦିବସ ଉପଲକ୍ଷେ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ସହ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି। ଏଥିସହ ଗୁରୁବାରଠାରୁ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗ୍ୟତା କାର୍ଡ ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୫ରୁ ୨୦ ତାରିଖ ଯାଏ ଜୟନ୍ତୀ ପାଳନ କରାଯିବାକୁ ବିଜେଡି ନିଷ୍ପତ୍ତି ନେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri