ଆଜି ବିଶ୍ୱ ଇମୋଜି ଦିବସ: ଭାରତରେ ଦୁଇଟି ଇମୋଜିର ବ୍ୟବହାର ଅଧିକ

ପ୍ରତିବର୍ଷ ଜୁଲାଇ ୧୭ରେ ସାରା ବିଶ୍ୱରେ ‘ବିଶ୍ୱ ଇମୋଜି ଦିବସ’ ପାଳିତ ହୁଏ। ଆଜିକାଲି ସ୍ମାର୍ଟଫୋନର ଯୁଗ। ତେଣୁ ଇମୋଜିର ଅର୍ଥ କହିଲେ ସମସ୍ତଙ୍କୁ ଜଣାଥିବ। ବର୍ତ୍ତମାନ ସ୍ମାର୍ଟଫୋନ୍‌ ବ୍ୟବହାରକାରୀଙ୍କ ମଧ୍ୟରେ ତୀବ୍ର ଗତିରେ ଇମୋଜିର ପ୍ରଚଳନ ହେଉଛି। ବିଶେଷକରି ଚାଟିଙ୍ଗ୍‌ ସମୟରେ ଏହାର ବ୍ୟବହାର ଅଧିକ ହୋଇଥାଏ। ଲମ୍ବା ଶବ୍ଦ ବଦଳରେ ସାମାନ୍ୟ ଗୋଟିଏ ଇମୋଜି ମାନସିକ ଅବସ୍ଥା କଥା ସୂଚାଇ ଦିଏ ଅର୍ଥାତ୍‌ ଇମୋଜି ମନର ଭାବନାକୁ ବିନା ଭାଷାରେ ବୁଝାଇଥାଏ। ସୋସିଆଲ ମିଡିଆରେ ଏହାର ଲୋକପ୍ରିୟତାକୁ ନଜରରେ ରଖି ଏବେ ପ୍ରତିଟି ନେଟ୍‌ୱର୍କିଂ ସାଇଟ୍‌ରେ ଇମୋଜି ମହଜୁଦ୍‌ ରହିଛି। ମଣିଷର ପ୍ରତିଟି ଭାବନାକୁ ସନ୍ଦେଶ ମାଧ୍ୟମରେ ପ୍ରକାଶ କରିବାକୁ ଭଳିକି ଭଳି ଇମୋଜି ଅଛି। ୧୯୯୦ମସିହା ଶେଷ ବେଳକୁ ଇମୋଜିର ପ୍ରଚଳନ ଆରମ୍ଭ ହୋଇଥିଲା। ସର୍ବପ୍ରଥମେ ଆପଲ୍‌ ଆଇଫୋନ୍‌ କିବୋର୍ଡରେ ଏହାକୁ ସାମିଲ କରିଥିଲା। ଏହାର ପ୍ରଚଳନ ଅଧିକ ହେବାରୁ ୨୦୧୪ ଜୁଲାଇ ୧୭ ତାରିଖକୁ ବିଶ୍ୱ ଇମୋଜି ଦିବସ ଭାବେ ପାଳନ କରାଗଲା। ଏହି ଦିବସର ଆରମ୍ଭ ଜେରେମୀ ବର୍ଗ କରିଥିଲେ। ଏକ ରିପୋର୍ଟ ଅନୁସାରେ, ଟୁଇଟରରେ ଭାରତୀୟମାନେ ସବୁଠାରୁ ଅଧିକ ଆଖିରୁ ଲୁହ ଝରାଇ ହସୁଥିବା ଏବଂ ସ୍ମାଇଲ କରୁଥିବା ଇମୋଜି  ଅଧିକ ବ୍ୟବହାର କରିଥାନ୍ତି। ଏହା ପରେ ହାତ ଯୋଡିଥିବା ଇମୋଜିର ମଧ୍ୟ ଆଦର ରହିଛି। ୟୁନିକୋଡ ଷ୍ଟାଣ୍ଡାର୍ଡ ଲିଷ୍ଟ ମୁତାବକ, ଏବେ ପର୍ଯ୍ୟନ୍ତ ୩,୦୫୩ଟି ଇମୋଜି ତିଆରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri